ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଚଳିତ ଶିକ୍ଷାବର୍ଷରେ ମାଧ୍ୟମିକସ୍ତରରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। #5T ସ୍କୁଲ ରୂପାନ୍ତରଣ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରୀ, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି । ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ ।

22 Feb 2024 By The Sakala

୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରୀ, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି । ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର