ରାଜ୍ୟରେ ଗ୍ୟାସ ସଙ୍କଟକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ଆବଶ୍ୟକତା ଅନୁଯାୟୀ ଗ୍ୟାସ୍‌ ମହଜୁଦ ଅଛି । ଖାଉଟିମାନେ ବିଚଳିତ ନ ହେବାକୁ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପରାମର୍ଶ । ଗ୍ୟାସ ସଙ୍କଟକୁ ନେଇ ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ଓଡିଶାରେ ବର୍ତ୍ତମାନ କୌଣସି ଗ୍ୟାସ ସଙ୍କଟ ନାହିଁ, ପର୍ଯ୍ୟାପ୍ତ ମହଜୁଦ ରହିଛି।  ସିଲିଣ୍ଡର ଗ୍ୟାସ ମହଜୁଦ  ରହିଥିବାରୁ ଲୋକଙ୍କୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ । 

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ପୂର୍ବରୁ କମର୍ସିଆଲ ଗ୍ୟାସ ବଣ୍ଟନ ୨୦ ପ୍ରତିଶତ ରହିଥିଲା। ବର୍ତ୍ତମାନ କେନ୍ଦ୍ର ସରକାର ଆଉ ୨୦ ପ୍ରତିଶତ ମଞ୍ଜୁର କରିଥିବାରୁ, ବିଶେଷ କରି ରେଷ୍ଟୁରାଣ୍ଟ ଓ ହୋଟେଲମାନଙ୍କୁ ସହଜତା ମିଳିବ। ଏହା ସହ ଆଉ ୧୦ ପ୍ରତିଶତ ବଢ଼ାଇବା ପାଇଁ ଆଲୋଚନା ଚାଲିଛି। ସେଥିପାଇଁ ଶୀଘ୍ର କମର୍ସିଆଲ ଗ୍ୟାସ ଆବଶ୍ୟକତାର ପ୍ରାୟ ୫୦ ପ୍ରତିଶତ ପୂରଣ ହେବା ଆଶା କରାଯାଉଛି। 

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

ଆଜିଠାରୁ କମର୍ସିଆଲ ସଂସ୍ଥାମାନଙ୍କୁ ୪୦ ପ୍ରତିଶତ ଗ୍ୟାସ ଯୋଗାଣ ଆରମ୍ଭ ହେବ। କେନ୍ଦ୍ର ପକ୍ଷରୁ ଆଉ ୧୦ ପ୍ରତିଶତ ପାଇଁ କିଛି ସର୍ତ୍ତ ରହିଛି, ଯାହାକୁ ପୂରଣ କରିବାରେ ରାଜ୍ୟ ସରକାର କାମ କରୁଛି। ସାଧାରଣ ଗ୍ରାହକଙ୍କ ପାଇଁ ଗ୍ୟାସ ବଣ୍ଟନ ସାଧାରଣ ଭାବେ ଚାଲିଛି ଏବଂ କୌଣସି ବିଘ୍ନ ନାହିଁ। ଯଦି କୌଣସି ଅଭିଯୋଗ ଆସେ, ବିଭାଗ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉଛି ବୋଲି ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର