୨୦୮୩ କୋଟି ଟଙ୍କାର ୭ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ସୃଷ୍ଟିହେବ ୨୧୪୪ ନିଯୁକ୍ତି ସୁଯୋଗ

The Sakala Picture
Published On

ଭୁବନେଶ୍ବର : ୨୦୮୩ କୋଟି ଟଙ୍କାର ୭ଟି ପ୍ରକଳ୍ପକୁ ଆଜି ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ଆଇଓସିଏଲ୍ ଓ ଏଚପିସିଏଲର ଇଥାନଲ ପ୍ଲାଣ୍ଟ ସ୍ଥାପନ ପ୍ରକଳ୍ପ ସମେତ ମୋଟ ୨୦୮୩ କୋଟି ୮୮ ଲକ୍ଷ ଟଙ୍କାର ୭ଟି ପ୍ରକଳ୍ପକୁ ମିଳିଛି ସିଙ୍ଗଲୱିଣ୍ଡୋ ମଞ୍ଜୁରୀ । ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୭ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପ ଦ୍ବାରା ରାଜ୍ୟରେ ୨୧୪୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ […]

ଭୁବନେଶ୍ବର : ୨୦୮୩ କୋଟି ଟଙ୍କାର ୭ଟି ପ୍ରକଳ୍ପକୁ ଆଜି ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ଆଇଓସିଏଲ୍ ଓ ଏଚପିସିଏଲର ଇଥାନଲ ପ୍ଲାଣ୍ଟ ସ୍ଥାପନ ପ୍ରକଳ୍ପ ସମେତ ମୋଟ ୨୦୮୩ କୋଟି ୮୮ ଲକ୍ଷ ଟଙ୍କାର ୭ଟି ପ୍ରକଳ୍ପକୁ ମିଳିଛି ସିଙ୍ଗଲୱିଣ୍ଡୋ ମଞ୍ଜୁରୀ । ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୭ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପ ଦ୍ବାରା ରାଜ୍ୟରେ ୨୧୪୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ଆର୍ଥିକ ଗତିବିଧି ବୃଦ୍ଧି ପାଇବା ସହ ବହୁ ପରିମାଣର ପରୋକ୍ଷ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ମୁଖ୍ୟ ସଚିବ ଶ୍ରୀ ମହାପାତ୍ର କହିବା ସହ ପ୍ରକଳ୍ପଗୁଡ଼ିକ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ଆବଶ୍ୟକ ଜମି ଓ ଜଳର ବାସ୍ତବ ଆକଳନ କରି ସେମାନଙ୍କୁ ଯୋଗାଇ ଦେବାକୁ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଶକ୍ତି ଓ ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ ଖାଦ୍ୟ ପ୍ରକ୍ରିୟାକରଣ ପ୍ରକଳ୍ପଗୁଡ଼ିକୁ ଆଜି ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ଯେଉଁସବୁ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍‌ଜୁରୀ ମିଳିଛି ସେଥିରେ ଇଣ୍ଡିଆନ ଅଏଲ କର୍ପୋରେସନ୍ ଦ୍ବାରା ୮୭୦କୋଟି ଟଙ୍କା ବ୍ୟୟରେ ବାଲେଶ୍ବରର ବାଳଗୋପାଳପୁର ଶିଳ୍ପାଞ୍ଚଳରେ ଇଥାନଲ ପ୍ଲାଣ୍ଟ ଓ ୮ ମେଗାୱାଟର ବିଦ୍ୟୁତ ଉତ୍ପାଦନ ପ୍ଲାଣ୍ଟ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହା କାର୍ଯ୍ୟକ୍ଷମ ହେଲେ ୧୯୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ୫୦୦କୋଟି ଟଙ୍କା ବ୍ୟୟରେ ନବରଙ୍ଗପୁରର ଉମରକୋଟରେ ଇଥାନଲ ପ୍ଲାଣ୍ଟ ନିର୍ମାଣ କରିବ । ଏହି ପ୍ଲାଣ୍ଟରେ ୨୪୦ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ । ନ୍ୟୂଲଟ୍ ଏନର୍ଜି ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁ ୧୨୫ କୋଟି ଟଙ୍କା ବ୍ୟୟରେ ଅନୁଗୁଳର ବନ୍ତଳାରେ ବାୟୋଗ୍ୟାସ୍ ପ୍ଲାଣ୍ଟ ସ୍ଥାପନ କରାଯିବ । ଏହି ବାୟୋ ଗ୍ୟାସ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ୬୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ସେହିପରି ୧୫୦ କୋଟି ଟଙ୍କା ବ୍ୟୟରେ ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଏକ ମଲଟି ମୋଡାଲ୍ ଲଜିଷ୍ଟିକ୍ ପାର୍କ ସ୍ଥାପନ କରିବ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ ଆଣ୍ଡ ଇନଫ୍ରାଷ୍ଟକଚର ପ୍ରାଇଭେଟ ଲିମିଟେଡ୍ । ଏଥିରେ ୧୦୦ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ମିଳିବ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ସେହିପରି ବଲାଙ୍ଗୀରର ସଇଁତଳାଠାରେ ଆଦିତ୍ୟ ବିର୍ଲା ରିନ୍ୟୁଏବଲ୍ ଲିମିଟେଡ ୮୯ କାଟି ୪୪ ଲକ୍ଷ ଟଙ୍କା ବ୍ୟୟରେ ୧୮.୭୫ ମେଗାୱାଟ ବିଶିଷ୍ଟ ସୋଲାର ପାୱାର ପ୍ଲାଣ୍ଟ ସ୍ଥାପନ ହେବ । ଏହା କାର୍ଯ୍ୟକ୍ଷମ ହେଲେ ୨୮ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

ଅନ୍ୟପଟେ ଆଟମୋସ୍ପିୟର କୋର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାରେ ୧୮୪ କୋଟି ୬୪ ଲକ୍ଷ ଟଙ୍କା ବ୍ୟୟରେ ଏକ ପଞ୍ଚତାରକା ହୋଟେଲ ନିର୍ମାଣ କରାଯିବ । ଏହି ହୋଟେଲରେ ୪୬୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ । ଏହାସହ ଭୁବନେଶ୍ବରର ଚନ୍ଦକା ନିକଟରେ ୧୬୪ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଏକ ପଞ୍ଚତାରକା ହୋଟେଲ ନିର୍ମାଣ କରିବ ଡିଏନ୍ ହୋମସ ପ୍ରାଇଭେଟ ଲିମିଟେଡ । ଏହି ହୋଟେଲ କାର୍ଯ୍ରକାରୀ ହେଲେ ୪୬୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର