ସ୍କୁଲ୍ ପାଠ୍ୟପୁସ୍ତକ ତ୍ରୁଟି: ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠିତ

Madhusudan Das Picture
Published On

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ପାଠ୍ୟପୁସ୍ତକରେ ହୋଇଥିବା ବ୍ୟାପକ ଛପା ତ୍ରୁଟିର ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ  କମିଟି ଗଠିତ ହୋଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହଙ୍କୁ ଏହି କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଏହି କମିଟିରେ ଅନ୍ୟ ଦୁଇ ସଦସ୍ୟ ଭାବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ବିଜୟ କେତନ ଉପାଧ୍ୟାୟ ଏବଂ ସାଧାରଣ ପ୍ରଶାସନ ବିଭାଗର ଉପ-ସଚିବ ସ୍ମିତା ପାଣିଙ୍କୁ ସାମିଲ କରାଯାଇଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଏହି ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି। କମିଟି ଛପା ତ୍ରୁଟିର ବିସ୍ତୃତ ତଦନ୍ତ କରିବ। କେଉଁ ସ୍ତରରେ ଏହି ଅବହେଳା ହୋଇଛି ଏବଂ ଏଥିପାଇଁ କେଉଁ ଅଧିକାରୀ କିମ୍ବା ସଂସ୍ଥା ଦାୟୀ, ତାହା ଚିହ୍ନଟ କରିବାକୁ କମିଟିକୁ ଦାୟିତ୍ୱ ଦିଆଯାଇଛି। ଆସନ୍ତା ୭ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ରିପୋର୍ଟ ଦାଖଲ କରିବାକୁ ପ୍ୟାନେଲକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ସୂଚନାଯୋଗ୍ୟ ଯେ, ବୁଧବାର ଦିନ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟିକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ପୁସ୍ତକରେ ଥିବା ଭୁଲ୍ ଯୋଗୁଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ପାଠପଢ଼ାରେ ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ତୁରନ୍ତ ସଂଶୋଧନମୂଳକ ପଦକ୍ଷେପ ନେବା ସହ ଦୋଷୀ ପ୍ରମାଣିତ ବ୍ୟକ୍ତିବିଶେଷଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର