୧୯୨୩.୬୦ କୋଟି ଟଙ୍କାର ୧୦ ପ୍ରକଳ୍ପରେ ପୁଞ୍ଜି ନିବେଶକୁ ସିଙ୍ଗିଲ୍ ୱିଣ୍ଡୋ ମଞ୍ଜୁରି, ନିଯୁକ୍ତି ପାଇବେ ୫,୧୭୦

The Sakala Picture
Published On

ଭୁବନେଶ୍ବର : ନୂତନ କର୍ମନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦିଗରେ ରାଜ୍ୟ ସରକାର ଆଉ ଏକପାଦ ଆଗକୁ ଯାଇ ୧୯୨୩.୬୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହା ଦ୍ୱାରା ୫,୧୭୦ ଲୋକଙ୍କୁ ରୋଜଗାର ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟ ଏକକ ବାତାୟନ(ସିଙ୍ଗିଲ୍ ୱିଣ୍ଡୋ) କମିଟି ବୈଠକରେ ୧୦ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ […]

ଭୁବନେଶ୍ବର : ନୂତନ କର୍ମନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦିଗରେ ରାଜ୍ୟ ସରକାର ଆଉ ଏକପାଦ ଆଗକୁ ଯାଇ ୧୯୨୩.୬୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହା ଦ୍ୱାରା ୫,୧୭୦ ଲୋକଙ୍କୁ ରୋଜଗାର ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟ ଏକକ ବାତାୟନ(ସିଙ୍ଗିଲ୍ ୱିଣ୍ଡୋ) କମିଟି ବୈଠକରେ ୧୦ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୯୨୩.୬୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୫୧୭୦ ଜଣଙ୍କ ନିମନ୍ତେ ପ୍ରତକ୍ଷ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟିହେବ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦ ସାତପଡ଼ା ମହାବିଦ୍ୟାଳୟରେ ଗ୍ରୀଷ୍ମକାଳୀନ ଜାତୀୟ ସେବା ଶିବିର ଉଦଯାପିତ

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ବଡ଼ ରାୟ: ୪୦ ବର୍ଷର ସ୍ୱାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ରହିବେ ୧୯ ବର୍ଷୀୟା ପତ୍ନୀ

ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ ଓ ଆର୍ଥିକ ଦକ୍ଷତା ବିଷୟ ଉପସ୍ଥାପନ ପୂର୍ବକ କହିଥିଲେ ଯେ ପ୍ରକଳ୍ପ ଗୁଡିକ ମୁଖ୍ୟତଃ ଆଲୁମିନିଅମ୍‌ ଓ ଷ୍ଟିଲ୍‌ ଡ଼ାଉନଷ୍ଟ୍ରିମ୍‌, ଅଣପାରମ୍ପରିକ ଶକ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, କୃଷି ଉତ୍ପାଦ ଓ ଖାଦ୍ୟ ପ୍ରକ୍ରିୟାକରଣ, ତୈଳ ଓ ଗ୍ୟାସ୍‌, ବୈଦୁତିକ ପଦାର୍ଥ ଉତ୍ପାଦନ, ଭିତ୍ତିଭୂମି, ପର୍ୟ୍ୟଟନ, ବୈଷୟିକ ବୟନ, ରସାୟନ ଏବଂ ମାନୁଫାକ୍‌ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ସହାୟକ ହେବ ।

ଆହୁରି ପଢ଼ନ୍ତୁ: ବାଲେଶ୍ଵରରେ କାଳବୈଶାଖୀର ତାଣ୍ଡବ: ବିଜୁଳି-ଘଡ଼ଘଡ଼ି ସହ କୁଆପଥର ବର୍ଷା

ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ସମୟାନୁବନ୍ଧିତ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୁରୁତ୍ୱ ଆରୋପ କରିଥିଲେ । ଏଥି ପାଇଁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ଯୋଗାଇ ଦେବା ପାଇଁ ଶ୍ରୀ ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ପ୍ରକାର ଶିଳ୍ପ ପାଇଁ ଆବଶ୍ୟକୀୟ ଜମି ଓ ଜଳର ସଠିକ୍‌ ଅନୁଶୀଳନ କରି ତଦନୁଯାୟୀ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ପ୍ରତିଷ୍ଠା ହେବାକୁ ଥିବା ଏହି ଶିଳ୍ପାନୁଷ୍ଠାନମାନେ ଯେପରି ବର୍ଜ୍ୟବସ୍ତୁ ଏବଂ ଉତ୍ପାଦନ-ଜାତି ପ୍ରଦ୍ୟୁଷକ ପଦାର୍ଥର ପରିଚାଳନା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବେ ତାହା ନିଶ୍ଚିତ କରାଇବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ନିୟମିତ ସମୀକ୍ଷା ଓ ତଦାରଖ ମାଧ୍ୟମରେ ଏହା କଡାକଡି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲ୍‌ଙ୍କ ସହ ସଂପୃକ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶା କୌଶଳ ପ୍ରାପ୍ତ(ସ୍କିଲ୍ଡ୍‌ ଇନ୍‌ ଓଡିଶା) ଯୁବକଯୁବତୀମାନଙ୍କର ନିଯୁକ୍ତି ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ ।

07 Oct 2022 By The Sakala

୧୯୨୩.୬୦ କୋଟି ଟଙ୍କାର ୧୦ ପ୍ରକଳ୍ପରେ ପୁଞ୍ଜି ନିବେଶକୁ ସିଙ୍ଗିଲ୍ ୱିଣ୍ଡୋ ମଞ୍ଜୁରି, ନିଯୁକ୍ତି ପାଇବେ ୫,୧୭୦

ଭୁବନେଶ୍ବର : ନୂତନ କର୍ମନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦିଗରେ ରାଜ୍ୟ ସରକାର ଆଉ ଏକପାଦ ଆଗକୁ ଯାଇ ୧୯୨୩.୬୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହା ଦ୍ୱାରା ୫,୧୭୦ ଲୋକଙ୍କୁ ରୋଜଗାର ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟ ଏକକ ବାତାୟନ(ସିଙ୍ଗିଲ୍ ୱିଣ୍ଡୋ) କମିଟି ବୈଠକରେ ୧୦ ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୯୨୩.୬୦ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୫୧୭୦ ଜଣଙ୍କ ନିମନ୍ତେ ପ୍ରତକ୍ଷ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟିହେବ।

ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ ଓ ଆର୍ଥିକ ଦକ୍ଷତା ବିଷୟ ଉପସ୍ଥାପନ ପୂର୍ବକ କହିଥିଲେ ଯେ ପ୍ରକଳ୍ପ ଗୁଡିକ ମୁଖ୍ୟତଃ ଆଲୁମିନିଅମ୍‌ ଓ ଷ୍ଟିଲ୍‌ ଡ଼ାଉନଷ୍ଟ୍ରିମ୍‌, ଅଣପାରମ୍ପରିକ ଶକ୍ତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, କୃଷି ଉତ୍ପାଦ ଓ ଖାଦ୍ୟ ପ୍ରକ୍ରିୟାକରଣ, ତୈଳ ଓ ଗ୍ୟାସ୍‌, ବୈଦୁତିକ ପଦାର୍ଥ ଉତ୍ପାଦନ, ଭିତ୍ତିଭୂମି, ପର୍ୟ୍ୟଟନ, ବୈଷୟିକ ବୟନ, ରସାୟନ ଏବଂ ମାନୁଫାକ୍‌ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ରାଜ୍ୟର ଆର୍ଥିକ ପ୍ରଗତିରେ ସହାୟକ ହେବ ।

ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ସମୟାନୁବନ୍ଧିତ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୁରୁତ୍ୱ ଆରୋପ କରିଥିଲେ । ଏଥି ପାଇଁ ସମସ୍ତ ପ୍ରକାର ପ୍ରଶାସନିକ ସହଯୋଗ ଯୋଗାଇ ଦେବା ପାଇଁ ଶ୍ରୀ ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ପ୍ରକାର ଶିଳ୍ପ ପାଇଁ ଆବଶ୍ୟକୀୟ ଜମି ଓ ଜଳର ସଠିକ୍‌ ଅନୁଶୀଳନ କରି ତଦନୁଯାୟୀ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ପ୍ରତିଷ୍ଠା ହେବାକୁ ଥିବା ଏହି ଶିଳ୍ପାନୁଷ୍ଠାନମାନେ ଯେପରି ବର୍ଜ୍ୟବସ୍ତୁ ଏବଂ ଉତ୍ପାଦନ-ଜାତି ପ୍ରଦ୍ୟୁଷକ ପଦାର୍ଥର ପରିଚାଳନା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବେ ତାହା ନିଶ୍ଚିତ କରାଇବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ନିୟମିତ ସମୀକ୍ଷା ଓ ତଦାରଖ ମାଧ୍ୟମରେ ଏହା କଡାକଡି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲ୍‌ଙ୍କ ସହ ସଂପୃକ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶା କୌଶଳ ପ୍ରାପ୍ତ(ସ୍କିଲ୍ଡ୍‌ ଇନ୍‌ ଓଡିଶା) ଯୁବକଯୁବତୀମାନଙ୍କର ନିଯୁକ୍ତି ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର