୧୦ ହଜାରକୁ ବୃଦ୍ଧି ହେଲା ବହୁଭାଷୀ ଶିକ୍ଷକଙ୍କ ପାରିଶ୍ରମିକ, ଯୋଗ୍ୟତା ଭିତ୍ତିରେ ନିୟମିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV) ନିୟୋଜିତ କରାଯାଇଅଛି। ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବର୍ତ୍ତମାନ ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି […]

ଭୁବନେଶ୍ବର : ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV) ନିୟୋଜିତ କରାଯାଇଅଛି।

ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ବର୍ତ୍ତମାନ ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV) ମାନଙ୍କ ପାରିତୋଷିକ ୫୩୭୯ ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

About The Author: The Sakala