ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି : ୪୧ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଆସିବ ‘କାଳିଆ’ ସହାୟତା

The Sakala Picture
Published On

ଭୁବନେଶ୍ବର : କୃଷିଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭେଟି। ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମଗ୍ର ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଇବେ ରାଜ୍ୟ ସରକାର । ରାଜ୍ୟର ୪୧ ଲକ୍ଷ ଚାଷୀ ଏହି ସହାୟତା ପାଇବେ। ଏଥିପାଇଁ ମୋଟ ୮୬୯ କୋଟି ଟଙ୍କା ଦିଆଯିବ । […]

ଭୁବନେଶ୍ବର : କୃଷିଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭେଟି। ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ସହାୟତା। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମଗ୍ର ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଇବେ ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ରାଜ୍ୟର ୪୧ ଲକ୍ଷ ଚାଷୀ ଏହି ସହାୟତା ପାଇବେ। ଏଥିପାଇଁ ମୋଟ ୮୬୯ କୋଟି ଟଙ୍କା ଦିଆଯିବ । କ୍ଷୁଦ୍ର ନାମମାତ୍ର ଭାଗଚାଷୀଙ୍କୁ ମଧ୍ୟ ମିଳିବ କାଳିଆ ସହାୟତା । ଚାଷୀଙ୍କ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ୨୦୧୯ ଜାନୁଆରୀରୁ ଆରମ୍ଭ ହୋଇଛି କାଳିଆ ଯୋଜନା । ଗରିବ ଚାଷୀଙ୍କୁ ଆର୍ଥିକ ସହାୟତା ବାବଦକୁ କାଳିଆ ଟଙ୍କା ଦେଇ ଆସୁଛନ୍ତି ସରକାର । ପୂର୍ବରୁ ୭ଥର କାଳିଆ ଟଙ୍କା ମିଳିଥିବା ବେଳେ ନୂଆଁଖାଇରେ ୮ମ ଥର ପାଇଁ କାଳିଆ ଟଙ୍କା ଦେବେ ରାଜ୍ୟ ସରକାର ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ରେ ‘କାଳିଆ’ ଯୋଜନା ଆରମ୍ଭ ହୋଇଥିଲା। ପ୍ରଥମେ ଦୁଇଟି କିସ୍ତିରେ ୫ ହଜାର ଲେଖାଁଏ ବାର୍ଷିକ ୧୦ ହଜାର ଟଙ୍କା ଦିଆଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହାକୁ ଦୁଇଟି କିସ୍ତିରେ ୨ ହଜାର କରି ବାର୍ଷିକ ୪ ହଜାରକୁ ହ୍ରାସ କରାଯାଇଥିଲା। ଇତିମଧ୍ୟରେ ୭ଟି ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୯ ହଜାରରୁ ଊର୍ଦ୍ଧ୍ବ କୋଟି ଟଙ୍କାର ସହାୟତା ରାଶି ବଣ୍ଟାଯାଇଛି। ଏବେ ଅଷ୍ଟମ ପର୍ଯ୍ୟାୟରେ ପ୍ରାୟ ୮୬୯ କୋଟି ଟଙ୍କା ବଣ୍ଟାଯିବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ୟ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ‘କାଳିଆ’ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ମାଧ୍ୟମରେ ଚାଷୀମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହା କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବ।

‘କାଳିଆ’ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।

ବାସ୍ତବ ଦୃଷ୍ଟିକୋଣ ଉପରେ ଆଧାରିତ ଏହି ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ମାଧ୍ୟମରେ ୧୦,୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ରାଶି ବିନିଯୋଗ କରାଯାଇଛି। ଏଥିରେ ରାଜ୍ୟର ଅସମର୍ଥ କୃଷି ପରିବାର, ଭୂମିହୀନ ଚାଷୀ ଏବଂ ନାମମାତ୍ର ଚାଷୀଙ୍କୁ ଋଣ ଯନ୍ତା ଏବଂ ଦାରିଦ୍ର୍ୟରୁ ମୁକ୍ତ କରିବା ଏହି ଯୋଜନାରେ ଲକ୍ଷ୍ୟ ରଖାଯାଇଛି। ‘କାଳିଆ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀ ମାନଙ୍କୁ ପରିସର ଭୁକ୍ତ କରିବା ପାଇଁ ବ୍ୟବସ୍ତା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀ ବ୍ୟାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି।

କାଳିଆ ଯୋଜନାରେ ରାଜ୍ୟର ଚାଷୀଙ୍କୁ ମିଳୁଥିବା ସୁବିଧା..

ଚାଷକାର୍ଯ୍ୟ ପାଇଁ ସହାୟତା : ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ସହାୟତା ପ୍ରଦାନ କରାଯିବ। ଏହି ସହାୟତା ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ୟାନ୍ୟ କାର୍ଯ୍ୟ ନିମନ୍ତେ ଦିଆଯାଉଛି। ଏହି ଯୋଜନା ଚଳିତ ୨୦୧୮-୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି।

ଜୀବିକା ପାଇଁ ସହାୟତା: ଗ୍ରାମାଞ୍ଚଳର ଭୂମିହୀନ ଚାଷୀ ପରିବାର ପାଇଁ କୃଷିଭିତ୍ତିକ ଆନୁଷଙ୍ଗିକ କାର୍ଯ୍ୟ ଯଥା- କ୍ଷୁଦ୍ର ଛେଳିପାଳନ ୟୁନିଟ୍, କ୍ଷୁଦ୍ର କୁକୁଡା ପାଳନ ୟୁନିଟ, ବତକ ପାଳନ ୟୁନିଟ୍, ମତ୍ସ୍ୟଜୀବୀମାନଙ୍କୁ ମାଛଧରା ଉପକରଣ, ଛତୁଚାଷ ଓ ମହୁଚାଷ ଇତ୍ୟାଦି ନିମନ୍ତେ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବର ବ୍ୟବସ୍ଥା ଅଛି। ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତିମାନଙ୍କ ପାଇଁ ଏହି ଯୋଜନା ବିଶେଷ ଭାବେ ସହାୟ ହେବ।

ଅସମର୍ଥ କୃଷି ପରିବାର ଏବଂ ଭୂମିହୀନ ଶ୍ରମିକଙ୍କୁ ସହାୟତା: ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ୟ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଓ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରତିବର୍ଷ ୫ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।

କୃଷକ ଏବଂ ଭୂମିହୀନ ଶ୍ରମିକଙ୍କ ପାଇଁ ଜୀବନ ବୀମା ସୁବିଧା: ଚାଷୀ ଓ ଭୂମିହୀନ ଚାଷୀଙ୍କ ମୃତ୍ୟୁ ବା ଅକ୍ଷମତା ପରେ ତାଙ୍କର ପରିବାରର ସଦସ୍ୟମାନେ ସମ୍ମୁଖୀନ ହେଉଥିବା ଆର୍ଥିକ ଦୁରାବସ୍ଥା ତଥା ଅନିଶ୍ଚିତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜୀବନ ବୀମା ସହାୟତାର ବ୍ୟବସ୍ଥା କରାଯାଇଛି। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ଜୀବନ ବୀମା ସୁବିଧା କରାଯାଇଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୧୬୫ ଟଙ୍କା ରାଜ୍ୟ ସରକାର ବହନ କରିବେ। ୧୮ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ଜନିତ ବୀମାର ବ୍ୟବସ୍ଥା ଅଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୬ ଟଙ୍କା ଓ ୫୧ରୁ ୭୦ ବର୍ଷ ବୟସ୍କଙ୍କ ପାଇଁ ସମୁଦାୟ ୧୨ ଟଙ୍କା ରାଜ୍ୟ ସରକାର ବହନ କରିବେ।

ବିନା ସୁଧରେ ଫସଲ ଋଣ ଦେବାର ବ୍ୟବସ୍ଥା: ଖରିଫ ୨୦୧୯ ବର୍ଷ ଠାରୁ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ବିନା ସୁଧରେ ପ୍ରଦାନ କରାଯିବ ପାଇଁ କାଳିଆ ଯୋଜନାରେ ବ୍ୟବସ୍ଥା କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର