ବିଏସକେୱାଇରେ ୬.୩୧ ଲକ୍ଷ ଲୋକଙ୍କୁ ମିଳିଲା ଦେୟମୁକ୍ତ ଚିକିତ୍ସା, ରାଜ୍ୟ ସରକାର ପୈଠ କଲେ ୧୩୮୯ କୋଟି

The Sakala Picture
Published On

ଭୁବନେଶ୍ବର :  ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତି ଶାଳିନୀ ପଣ୍ଡିତ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣାପଡିଛି । ବି.ଏସ୍.କେ.ୱାଇ ବିଷୟରେ ସଦ୍ୟତନ ତଥ୍ୟ ଉପସ୍ଥାପନ କରି ଓଡିଶା ହେଲଥ୍ ଆସୁରାନ୍ସ ସୋସାଇଟିର ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି. କହିଥିଲେ ଯେ […]

ଭୁବନେଶ୍ବର :  ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତି ଶାଳିନୀ ପଣ୍ଡିତ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ବି.ଏସ୍.କେ.ୱାଇ ବିଷୟରେ ସଦ୍ୟତନ ତଥ୍ୟ ଉପସ୍ଥାପନ କରି ଓଡିଶା ହେଲଥ୍ ଆସୁରାନ୍ସ ସୋସାଇଟିର ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି. କହିଥିଲେ ଯେ ଚଳିତ ବର୍ଷ ଜାନୁଆରୀ ୧ ତାରିଖରୁ ଡ଼ିସେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି । ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲମାନଙ୍କୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି । ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାର ଲୋକ ବି.ଏସ୍.କେ.ୱାଇରେ ଚିକିତ୍ସା ସୁବିଧା ପାଇଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍ ମାଧ୍ୟମରେ କାଉସେଲିଂ କରାଯାଇଛି । ନିଜ ନିଜର ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକୀୟ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି । ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କର ଆଡମିଶନ୍ ଓ ଚିକିତ୍ସାପାଇଁ ନିଜେ ଉପସ୍ଥିତ ରହି ଡ଼ାକ୍ତରମାନଙ୍କ ସହ ଯୋଗାଯୋଗ ଓ ଆବଶ୍ୟକୀୟ ପ୍ରକ୍ରିୟାଗତ ସହାୟତା କରିଛନ୍ତି । ବି.ଏସ୍.କେ.ୱାଇ ରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍ କରାଯାଇଛି । ରୋଗୀମାନଙ୍କୁ ସେମାନଙ୍କର ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍ ଅନ୍ତର୍ଭୂକ୍ତ କରି ସଂପୃକ୍ତ ହସ୍ପିଟାଲମାନେ ଚିକିତ୍ସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

ରାଜ୍ୟର ବିଭିନ୍ନ ଦୁରଦୁରାନ୍ତ ଅଂଚଳମାନଙ୍କରେ ବି.ଏସ୍.କେ.ୱାଇ ବିଷୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ବାସ୍ଥ୍ୟ ସଚିବ ଶ୍ରୀମତି ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ । ବିଶେଷତଃ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାର ଗ୍ରାମାଚଂଳମାନଙ୍କରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ସଘନ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ କୁହାଯାଇଥିଲା ।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ କୈାଣସି ତାଲିକାଭୂକ୍ତ ହସ୍ପିଟାଲକୁ ଆସିବା ପୂର୍ବରୁ ରୋଗୀ ବା ତାଙ୍କର ନିକଟ ସମ୍ପର୍କୀୟ ଟୋଲ୍ ଫ୍ରୀ ନମ୍ବର ୧୦୪ କୁ ଆଗୁଆ ଯୋଗାଯୋଗ କରି ସୂଚନା ପାଇପାରୁଛନ୍ତି । ନିଜର ବି.ଏସ୍.କେ.ୱାଇ କାର୍ଡ଼ର ବ୍ୟବହାର ବା ଦେୟମୂକ୍ତ ଚିକିତ୍ସା ବାବଦରେ କୈାଣସି ଅସୁବିଧା ହେଲେ ୧୫୫୩୬୯ ଟୋଲ୍ ଫ୍ରୀ ନମ୍ବରକୁ ଫୋନକରି ଜଣାଉଛନ୍ତି, ଏବଂ ସେ ସମସ୍ୟାର ସମାଧାନ କରାଯାଉଛି । ଲୋକମାନେ ନିଜର ଅଭିଯୋଗ ମଧ୍ୟ ଟୋଲ୍ ଫ୍ରୀ ନମ୍ବର ୧୪୫୪୫, ଟ୍ବିଟର୍ ଆକାଉଣ୍ଟ @bskyodisha ଓ ଫେସବୁକ୍ ଆକାଉଣ୍ଟ bskyodisha ମାଧ୍ୟମରେ ଜଣାଉଛନ୍ତି ଯାହାକୁକି ସମୟାନୁବନ୍ଧିତ ଭାବେ ସମାଧାନ କରାଯାଉଛି ।

ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ଏବଂ ଏଥିରୁ ସୁବିଧା ନେବାର ସରଳ ଉପାୟ ବାବଦରେ ବ୍ୟାପକ ସଚେତନତା ସୃଷ୍ଟି କରିବା ନିମନ୍ତେ ଶ୍ରୀମତୀ ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ । ପୂର୍ଣସେବା ମନୋଭାବରେ କାର୍ଯ୍ୟ କରିବାକୁ ଜିଲ୍ଲା ସଂଯୋଜକ ଓ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ପରାମର୍ଶ ଦିଆଯାଇଥିଲା ।ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ରଙ୍କ ସମେତ ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟିର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର