ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ନେଇଛନ୍ତି ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ । ଏହି ମେଡିକାଲ କଲେଜକୁ ମହାନଦୀ ଇନଷ୍ଟିଚ୍ୟୁଟ ଅଫ୍ ମେଡ଼ିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ନାମରେ ନାମିତ କରାଯାଇଛି। ମେଡିକାଲ କଲେଜ ପାଇଁ ରାଜ୍ୟ ସରକାର ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରିଥିଲେ ବି ଦୀର୍ଘ ଦିନ ଧରି ଏମସିଏଲ କର୍ତ୍ତୃପକ୍ଷ ମେଡିକାଲ କଲେଜକୁ କାର୍ଯ୍ୟକ୍ଷମ କରିବାରେ ବୈମାତୃକ ମନୋଭାବ ପୋଷଣ କରୁଥିଲେ । ଯାହାକୁ ନେଇ ବାଦବିବାଦ ଲାଗି ରହିଥିବା ବେଳେ ଶେଷରେ ରାଜ୍ୟ […]

ଭୁବନେଶ୍ୱର: ରାଜ୍ୟ ସରକାର ନେଇଛନ୍ତି ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ୱ । ଏହି ମେଡିକାଲ କଲେଜକୁ ମହାନଦୀ ଇନଷ୍ଟିଚ୍ୟୁଟ ଅଫ୍ ମେଡ଼ିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ନାମରେ ନାମିତ କରାଯାଇଛି। ମେଡିକାଲ କଲେଜ ପାଇଁ ରାଜ୍ୟ ସରକାର ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରିଥିଲେ ବି ଦୀର୍ଘ ଦିନ ଧରି ଏମସିଏଲ କର୍ତ୍ତୃପକ୍ଷ ମେଡିକାଲ କଲେଜକୁ କାର୍ଯ୍ୟକ୍ଷମ କରିବାରେ ବୈମାତୃକ ମନୋଭାବ ପୋଷଣ କରୁଥିଲେ । ଯାହାକୁ ନେଇ ବାଦବିବାଦ ଲାଗି ରହିଥିବା ବେଳେ ଶେଷରେ ରାଜ୍ୟ ସରକାର ମେଡିକାଲ କଲେଜର ପରିଚାଳନା ଭାର ନେଇଛନ୍ତି ।

ମେଡିକାଲ କଲେଜର ପରିଚାଳନା ଓ ପ୍ରଶାସନିକ ବାବଦରେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏନେଇ MCL କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ମେଡିକାଲ କଲେଜର ପ୍ରଶାସନିକ ଓ ପରିଚାଳନା ବାବଦକୁ ବ୍ୟୟ ଆକଳନ କରିଛନ୍ତି ଡିଏମଇଟି ନିର୍ଦ୍ଦେଶକ । ମେଡାକାଲ କଲେଜ ପାଇଁ ରାଜ୍ୟ ସରକାର ୨୦ ଏକର ଜାଗା ଦେବା ସହ ସବୁ ପ୍ରକାର ସହଯୋଗ କରିଥିଲେ । ୨୦୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ରଖିଥିଲେ । ୫୦୦କୋଟି ଟଙ୍କା ଖର୍ଚ୍ଚରେ ୧୦୦ ସିଟ୍ ବିଶିଷ୍ଟ ମେଡ଼ିକାଲ କଲେଜର ନିର୍ମାଣ କାମ ସରିଛି।

About The Author: The Sakala