ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି : ଘରୋଇ ତଥା ଅଣଅନୁଦାନ ଓଡ଼ିଆ ମାଧ୍ୟମ ସ୍କୁଲପିଲାଙ୍କୁ ମିଳିବ ମାଗଣା ବହି, ଉପକୃତ ହେବେ ୫ ଲକ୍ଷରୁ ଅଧିକ ବିଦ୍ୟାର୍ଥୀ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା […]

ଭୁବନେଶ୍ବର : ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।

ଆହୁରି ପଢ଼ନ୍ତୁ: ମାଓ ଦମନରେ ବଡ଼ ସଫଳତା: ବଲାଙ୍ଗୀର ଓ ବରଗଡ଼ ଜିଲ୍ଲା ମାଓମୁକ୍ତ ଘୋଷିତ

ସୂଚନାଯୋଗ୍ୟ ଯେ, ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ଭକ୍ତିମୟ ପରିବେଶ: ଜୟ ଜଗନ୍ନାଥ ଓ ଗୋବିନ୍ଦା ଧ୍ୱନିରେ କମ୍ପୁଛି ଡିଜିଟାଲ ପ୍ଲାଟଫର୍ମ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp