ନୂଆଁଖାଇରେ ଚାଷୀଙ୍କ ଆକାଉଣ୍ଟକୁ ଆସିଲା ‘କାଳିଆ’ ସହାୟତା

The Sakala Picture
Published On

ଭୁବନେଶ୍ବର: ନୂଆଁଖାଇରେ ଚାଷୀଙ୍କୁ ମିଳିଛି କାଳିଆ ସହାୟତା । ରାଜ୍ଯବାସୀଙ୍କୁ ଜୟ ଜଗନ୍ନାଥ ଓ ଜୟ ମା’ ସମଲେଶ୍ବରୀ କହି ନୂଆଁଖାଇ ଜୁହାର ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଁଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ […]

ଭୁବନେଶ୍ବର: ନୂଆଁଖାଇରେ ଚାଷୀଙ୍କୁ ମିଳିଛି କାଳିଆ ସହାୟତା । ରାଜ୍ଯବାସୀଙ୍କୁ ଜୟ ଜଗନ୍ନାଥ ଓ ଜୟ ମା’ ସମଲେଶ୍ବରୀ କହି ନୂଆଁଖାଇ ଜୁହାର ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଁଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି କାଳିଆ ସହାୟତା ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଯାଇଛି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ସଳଖ ୨୦୦୦ ଟଙ୍କା ପୈଠ କରାଯାଇଛି । କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର ବନ୍ୟା କ୍ଷୟକ୍ଷତିରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ। ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର