ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ଏକ ଉଦାହରଣ ହୋଇପାରିଛି : ଡବ୍ଲୁଏଫପି

The Sakala Picture
Published On

ରୋମ୍‌/ଭୁବନେଶ୍ବର : ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ହାସଲ କରିଥିବା ଉଲ୍ଲେଖନୀୟ ସଫଳତାକୁ ସ୍ବୀକୃତି ଦେଇଛି ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଫପି) । ୧୯୯୯ ମହାବାତ୍ୟାରେ ବିପର୍ଯ୍ୟସ୍ତ ଓଡ଼ିଶା ଓ ୨୦୨୨ରେ ଆତ୍ମନିର୍ଭରଶୀଳ ଓଡ଼ିଶାକୁ ତୁଳନା କଲେ ରୂପାୟଣର ବାସ୍ତବତା ପ୍ରତୀୟମାନ ହୁଏ। ଏକ ସମୟରେ ନିଜର ସ୍ଥିତି ଓ ସ୍ଥିତାବସ୍ଥା ନିମନ୍ତେ କେନ୍ଦ୍ର ଓ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ଓଡ଼ିଶା ଦେଶର ୪ର୍ଥ ବୃହତ୍ତମ ଧାନ ଉତ୍ପାଦନ […]

ରୋମ୍‌/ଭୁବନେଶ୍ବର : ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ହାସଲ କରିଥିବା ଉଲ୍ଲେଖନୀୟ ସଫଳତାକୁ ସ୍ବୀକୃତି ଦେଇଛି ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଫପି) । ୧୯୯୯ ମହାବାତ୍ୟାରେ ବିପର୍ଯ୍ୟସ୍ତ ଓଡ଼ିଶା ଓ ୨୦୨୨ରେ ଆତ୍ମନିର୍ଭରଶୀଳ ଓଡ଼ିଶାକୁ ତୁଳନା କଲେ ରୂପାୟଣର ବାସ୍ତବତା ପ୍ରତୀୟମାନ ହୁଏ। ଏକ ସମୟରେ ନିଜର ସ୍ଥିତି ଓ ସ୍ଥିତାବସ୍ଥା ନିମନ୍ତେ କେନ୍ଦ୍ର ଓ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ଓଡ଼ିଶା ଦେଶର ୪ର୍ଥ ବୃହତ୍ତମ ଧାନ ଉତ୍ପାଦନ ରାଜ୍ୟର ମାନ୍ୟତା ପାଇଛି। ଭାରତବର୍ଷର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଓଡ଼ିଶା ଆଜି ପ୍ରମୁଖ ଅଂଶୀଦାର। ଖାଦ୍ୟଶସ୍ୟ ଉତ୍ପାଦନ, ବଣ୍ଟନ ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ସମୟକ୍ରମେ ବିପର୍ଯ୍ୟୟ ପରିଚାଳନାରେ ମଧ୍ୟ ରାଜ୍ୟ ଢେର ଆଗରେ ରହିଛି।  ଯାହା ବିଶ୍ବର ବିଭିନ୍ନ ଦେଶ ପାଇଁ ଏକ ଉଦାହରଣ ପାଲଟିଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଆଜି ରୋମରେ ଅନୁଷ୍ଠିତ ଓ୍ବାର୍ଲ୍ଡ ଫୁଡ ପ୍ରୋଗ୍ରାମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ସଫଳତାର କାହାଣୀ କହିବା ପରେ ଏହାକୁ ବିଶ୍ୱବ୍ୟାପୀ ରୋଲ ମଡେଲ କରିବାକୁ ନିଷ୍ପତ୍ତି ହୋଇଛି ।ବିଗତ ଦୁଇ ଦଶନ୍ଧିଧରି ଓଡ଼ିଶାରେ ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ, ଖାଦ୍ୟ ସୁରକ୍ଷା ଓ ଖାଦ୍ୟ ଉତ୍ପାଦନରେ ରୂପାନ୍ତରଣକୁ ଡବ୍ଲୁଏଫପି ଭୂୟସୀ ପ୍ରଶଂସା କରିବା ସହ ଓଡ଼ିଶା ଭଳି ସ୍ଥିତିରେ ଥିବା ଅନ୍ୟ ରାଷ୍ଟ୍ରଙ୍କ ପାଇଁ ଏହା ଖୁବ ଉପାଦେୟ ବୋଲି ଓ୍ବାର୍ଲ୍ଡ ଫୁଡ ପ୍ରୋଗ୍ରାମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡେଭିଡ ବିସଲେ କହିଛନ୍ତି । ଗତ ୨୨ବର୍ଷରେ ଓଡ଼ିଶାରେ ଅନେକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି । ପରବର୍ତ୍ତି ପାଣିପାଗର ମୁକାବିଲା କରି ଆତ୍ମନିଯୁକ୍ତି ସୃଷ୍ଟି, କୁପୋଷଣ ଦୂର ସହ ଖାଦ୍ୟ ସୁରକ୍ଷା ଓ ଖାଦ୍ୟ ଉତ୍ପାଦନରେ ସ୍ବାବଲମ୍ବୀ ହେବା, ପ୍ରାକୃତିକ ବିପର୍ଯ୍ୟୟର ସଠିକ ପରିଚାଳନା ଭଳି ଅନେକ ଦିଗରେ ଓଡ଼ିଶା ଆଗରେ ରହିଛି । ସମସ୍ତଙ୍କ ସହଭାଗୀତାରେ ରାଜ୍ୟ ଜାତିସଂଘ ଦ୍ୱାରା ସ୍ଥିରିକୃତ ନିରନ୍ତର ବିକାଶ ଲକ୍ଷ୍ୟ ଆଡ଼କୁ ବଢିଚାଲିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡବ୍ଲୁଏଫପି ଏବଂ ଏହାର ସହଯୋଗୀ ସଂସ୍ଥା ଦ୍ୱାରା ସାରା ବିଶ୍ୱ ଓଡ଼ିଶାର ଅଭିଜ୍ଞତା ପହଞ୍ଚାଇବାରେ ଖୁବ ଆନନ୍ଦିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ରୋମସ୍ଥିତ ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମର ମୁଖ୍ୟାଳୟ ପରିଦର୍ଶନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଓଡ଼ିଶା ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ଖାଦ୍ୟ ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ହାସଲ କରି ଏବଂ ଜଳବାୟୁ ଅନୁକୂଳ ଜୀବିକା ସୃଷ୍ଟି ନିମନ୍ତେ ବିକାଶମୂଳକ କାର୍ଯ୍ୟ କରି ଓଡ଼ିଶା ଧୀରେ ଧୀରେ ନିରନ୍ତର ଓ ସମନ୍ବିତ ବିକାଶ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରଗତି କରୁଛି ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟକାରୀ ନିର୍ଦ୍ଦେଶକ ଡେଭିଡ୍ ବିସଲେ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ସରକାର କରିଥିବା କାର୍ଯ୍ୟ ଆମେ ସ୍ବୀକାର କରୁଛୁ । ଓଡ଼ିଶାର ସଫଳତା କାହାଣୀକୁ ଉପଯୋଗ କରି ବିଶ୍ବର ଅନ୍ୟ ଦେଶରେ ଏହାକୁ ବ୍ୟବହାର କରି ସଫଳତା ମିଳିପାରିବ । ଓଡ଼ିଶାର ଏହି ଅଭିଜ୍ଞତାକୁ ବିଶ୍ବ ସ୍ତରରେ ଉପଯୋଗ କରିବା ଓ ଏକ ତାଲିମ କାର୍ଯ୍ୟକ୍ରମ ପ୍ରଦାନ ନିମନ୍ତେ ଓଡ଼ିଶା ସରକାର ଓ ଡବ୍ଲୁଏଫପି ମଧ୍ୟରେ ଏକ ସହଯୋଗ ପାଇଁ ଆଲୋଚନା କରାଯାଇଛି । କ୍ଷୁଧାମୁକ୍ତ ବିଶ୍ବ ପରି ଏକ ସାଧାରଣ ଲକ୍ଷ୍ୟ ହାସଲ ଲାଗି ଡବ୍ଲୁଏଫପି ଓ ଓଡ଼ିଶା ସରକାର ମିଳିତ ଭାବରେ କାର୍ଯ୍ୟକରିବାକୁ ସହମତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

୧୯୯୯ ମହାବାତ୍ୟାରେ ବିପର୍ଯ୍ୟସ୍ତ ଓଡ଼ିଶାକୁ ଆଗେଇ ନେଇ ଖାଦ୍ୟ ସୁରକ୍ଷା, ଶିଳ୍ପାନୁକୂଳ ବାତାବରଣ, ଶିକ୍ଷା, ସ୍ୱାସ୍ଥ୍ୟ ଓ କ୍ରୀଡ଼ା,କୃଷି ଓ ସାମଗ୍ରିକ ଭିତ୍ତିଭୂମିର ରୂପାନ୍ତରଣ ସହ ସନ୍ତୁଳିତ ଆର୍ଥିକ ପରିଚାଳନା ମାଧ୍ୟମରେ ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟରୁ ପ୍ରଗତିଶୀଳ ରାଜ୍ୟରେ ପରିଣତ କରିବାର ମୁଖ୍ୟ ବିନ୍ଧାଣୀ ନବୀନ ବିଶ୍ବକୁ ବାର୍ତ୍ତା ଦେବା ପରେ ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟକାରୀ ନିର୍ଦ୍ଦେଶକ ଡେଭିଡ୍ ବିସଲେ ପ୍ରଶଂସା କରିଛନ୍ତି। ଏଥି ସହିତ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଅନ୍ୟ ରାଜ୍ୟ ଓ ଦେଶକୁ ରଣକୌଶଳ ଶିଖାଇବ ଓଡ଼ିଶା । ଓ୍ବାର୍ଲ୍ଡ ଫୁଡ ପ୍ରୋଗ୍ରାମ ଓ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ଅନ୍ତର୍ଜାତୀୟ ସ୍ତରରେ ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ । ଓ୍ବାର୍ଲ୍ଡ ଫୁଡ ପ୍ରୋଗ୍ରାମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସଫଳତାର କାହାଣୀ କହିବା ପରେ ଏହାକୁ ବିଶ୍ୱବ୍ୟାପୀ ରୋଲ ମଡେଲ କରିବାକୁ ନିଷ୍ପତ୍ତି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର