ଅନୁଭବଙ୍କୁ ମିଳିଲା ବିବାହ ବିଚ୍ଛେଦ ଅନୁମତି, ପରିବାର ଅଦାଲତଙ୍କ ରାୟକୁ ଖାରଜ କଲେ ହାଇକୋର୍ଟ

The Sakala Picture
Published On

କଟକ: ତାରକା-ଦମ୍ପତି ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଯାହାର ଶୁଣାଣି କରି ହାଇକୋର୍ଟ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି। ପୂର୍ବରୁ କଟକ ପରିବାର ଅଦାଲତ ଦେଇଥିବା ରାୟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି। […]

କଟକ: ତାରକା-ଦମ୍ପତି ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଲେ ହାଇକୋର୍ଟ। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଯାହାର ଶୁଣାଣି କରି ହାଇକୋର୍ଟ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି। ପୂର୍ବରୁ କଟକ ପରିବାର ଅଦାଲତ ଦେଇଥିବା ରାୟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନାଯୋଗ୍ୟ, ବର୍ଷାଙ୍କ ପକ୍ଷରୁ ପତି-ପତ୍ନୀ ହୋଇ ଏକତ୍ର ରହିବା ପାଇଁ ପରିବାର ଅଦାଲତରେ ହୋଇଥିବା ଆବେଦନ ମଧ୍ୟ ଖାରଜ ହୋଇଯାଇଥିଲା। ଗତ ଜୁଲାଇ ୧୩ରେ ଛାଡ଼ପତ୍ର ମାମଲାର ଶୁଣାଣି ୩ମାସ ମଧ୍ୟରେ ଶେଷ କରିବା ପାଇଁ ପରିବାର ଅଦାଲତକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପରିବାର ଅଦାଲତ ଗତ ସେପ୍ଟେମ୍ବର ୨୨ରେ ରାୟ ଦେଇ ଛାଡପତ୍ର ଆବେଦନକୁ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେ ଛାଡ଼ପତ୍ର ପାଇଁ ଆବେଦନ କରିବା ସହ ଯେଉଁ କାରଣ ଦର୍ଶାଇ କଟକ ପରିବାର ଅଦାଲତ ଏହାକୁ ଖାରଜ କରିଛନ୍ତି, ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇ ଏହି ମାମଲା ରୁଜୁ କରିଥିଲେ। ଯାହାର ରାୟ ଆଜି ପ୍ରକାଶ କରି ହାଇକୋର୍ଟ ବିବାହ ବିଚ୍ଛେଦକୁ ଅନୁମତି ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର