ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉପରେ ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟରେ ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ ମାମଲାର ଶୁଣାଣି ହୋଇଛି । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଆସନ୍ତାକାଲି ଏହି ପୁରସ୍କାର ପ୍ରଦାନ କରାଯିବାର ଥିଲା । ପୁରସ୍କାର ଚୟନ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ପୁରସ୍କାର ପ୍ରଦାନ ପାଇଁ ପୁନର୍ବିଚାର ଓ ଚୟନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ୨୭ଟି ଯାକ […]

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟରେ ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ ମାମଲାର ଶୁଣାଣି ହୋଇଛି । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଆସନ୍ତାକାଲି ଏହି ପୁରସ୍କାର ପ୍ରଦାନ କରାଯିବାର ଥିଲା । ପୁରସ୍କାର ଚୟନ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ପୁରସ୍କାର ପ୍ରଦାନ ପାଇଁ ପୁନର୍ବିଚାର ଓ ଚୟନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ୨୭ଟି ଯାକ ବର୍ଗରେ ପୁରସ୍କାର ଚୟନର ପୁନର୍ବିଚାର ପାଇଁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ପୁରସ୍କାର ଚୟନ ଉପରେ ଅସନ୍ତୋଷ ପ୍ରକାଶ କରି ଛବିରାଣୀ ଫିଲ୍ମର ନିର୍ଦ୍ଦେଶକ ବବି ଇସଲାମ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ । ଆସନ୍ତା ଜାନୁଆରୀ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଚଳିତ ବର୍ଷ ଘୋଷଣା ହୋଇଥିବା ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାରକୁ ନେଇ କଳାକାର ସଂଘ ଓ ନିର୍ଦ୍ଦେଶକ, ପ୍ରଯୋଜକମାନଙ୍କ ତରଫରୁ ଅସନ୍ତୋଷ ପ୍ରକାଶ ପାଇଥିଲା । ଚଳଚ୍ଚିତ୍ର ‘ଛବିରାଣୀ’ଟିମ୍‌ କଟକ ଠାରେ ପୁରସ୍କାରକୁ ନେଇ ବର୍ଷିଥିଲାବେଳେ ପୁଣି ଭୁବନେଶ୍ୱର ଠାରେ ସାମ୍ବାଦିକ ସମ୍ମିଳନୀ କରିଥିଲେ। ପୁରସ୍କାର ମନୋନୟନରେ ଜୁରୀମାନେ ପାତରଅନ୍ତର ଓ ପକ୍ଷପାତିତା କରିଥିବା ଅଭିଯୋଗ କରିଥିଲେ ।

ସିଧାସଳଖ ଜଣେ ଜୁରୀଙ୍କୁ ବ୍ୟକ୍ତିଗତ ଭାବେ ଆକ୍ଷେପ କରିଥିଲେ । ଚଳଚ୍ଚିତ୍ର ନିର୍ମାଣରେ ତାଙ୍କ ୟୁନିଟ୍‌ର ସହାୟତା ନନେବାରୁ ସେ ରାଗ ରଖି ଏଭଳି କରିଛନ୍ତି ବୋଲି କହିଥିଲେ। ତେଣୁ ଏହାର ଏକ ନିରପେକ୍ଷ ତଦନ୍ତ ହେବା ଦରକାର। ପୂରା ପ୍ରକିୟାକୁ ବାତିଲ କରାଯାଇ ଆଉଥରେ ପୁରସ୍କାର ଚୟନ କରାଯାଉ ବୋଲି ଅଭିଯୋଗ ହୋଇଥିଲା ।

About The Author: The Sakala