ରାଜ୍ୟରେ ମେ ୧୯ ଯାଏଁ ଲକଡାଉନ୍ ଘୋଷଣା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଆସନ୍ତା ୫ ତାରିଖରୁ ୧୪ ଦିନିଆ ଲକଡାଉନ୍ ଲାଗୁ ହେବ । ଏହି ଲକଡାଉନ ୧୯ ତାରିଖ ଯାଏଁ ବଳବତ୍ତର ରହିବ । ମେ ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ […]

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଆସନ୍ତା ୫ ତାରିଖରୁ ୧୪ ଦିନିଆ ଲକଡାଉନ୍ ଲାଗୁ ହେବ । ଏହି ଲକଡାଉନ ୧୯ ତାରିଖ ଯାଏଁ ବଳବତ୍ତର ରହିବ । ମେ ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ରହିବ ନାହିଁ। ହେଲେ ସମସ୍ତେ କୋଭିଡ ଗାଇଡଲାଇନ ପାଳନ କରି ସବୁକାମ କରିବେ। ଲକଡାଉନ ଅବଧି ମଧ୍ୟରେ ପୂର୍ବ ଭଳି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ । ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ଲୋକ ପନିପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଦି କିଣି ପାରିବେ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର