ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଆଗରେ ଓଡ଼ିଶା

The Sakala Picture
Published On

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଅଧିକ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି।  ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ।  ଏଥିରେ ୧୦ଲକ୍ଷ ୩୭ହଜାର ୮୦୧ନିଯୁକ୍ତି ସୃଷ୍ଟି ହେବ। ଏ ଯାଏ ୧୫୬ […]

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଅଧିକ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି।  ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ।  ଏଥିରେ ୧୦ଲକ୍ଷ ୩୭ହଜାର ୮୦୧ନିଯୁକ୍ତି ସୃଷ୍ଟି ହେବ। ଏ ଯାଏ ୧୫୬ ବୃହତ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ୟ୍ୟକ୍ଷମ ହୋଇଛି। ୭ ଟି ବୃହତ ଶିଳ୍ପ ଡାଉନଷ୍ଟ୍ରିମ ଆଲୁମିନିୟନ କାର୍ଯ୍ଯକାରୀ ହେଉଛି। ପ୍ଲାଣ୍ଟ ଲେବେଲ ପରାମର୍ଶଦାତା କମିଟି ଜରିଆରେ ଜିଲ୍ଲା ସ୍ତରରେ ଅନୁମୋଦନ ମିଳୁଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ମେକ ଇନ ଓଡ଼ିଶା ୨୦୧୬ ରେ ୮୪ଶିଳ୍ପ ପ୍ରସ୍ତାବ ଆସିଥିଲା । ଯାହା ୨ଲକ୍ଷ୩୨ହଜାର୩୫ କୋଟିର ପୁଞ୍ଜି ନିବେଶ ଲକ୍ଷ୍ୟ ଥିଲା। ୫୮ ଶିଳ୍ପକୁ ଅନୁମୋଦନ ମିଳିଥିଲା ।  ୨୭ ଶିଳ୍ପ କାମ ଚଳାଇଛନ୍ତି। ୪ ଶିଳ୍ପ ଉତ୍ପାଦନ ଆରମ୍ଭ କରିଥିବାବେଳେ ୮ ଟି ଖୁବ ଶୀଘ୍ର ଉତ୍ପାଦନ ଆରମ୍ଭ କରିବେ। ସେହିପରି ମେକ ଇନ ଓଡ଼ିଶା ୨୦୧୮ ରେ ୨୦୨ ଶିଳ୍ପ ପ୍ରସ୍ତାବ ଆସିଥିଲା ।  ଯାହା ୪ ଲକ୍ଷ ୨୩ହଜାର ୧୧୫କୋଟିର ନିବେଶ ଲକ୍ଷ୍ୟ ଥିଲା। ୧୦ଶିଳ୍ପକୁ ଅନୁମୋଦନ ମିଛି।  ୭୧ ଶିଳ୍ପର କାମ ଚାଲିଛି। ୧୧ ଶିଳ୍ପ ଉତ୍ପାଦନ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ତେବେ କ୍ୟାପିଟାଲ ଇଣ୍ଡଷ୍ଟ୍ରିରେ ନିଯୁକ୍ତି କମିବାର କାରଣ ହେଉଛି ଯେ ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି। ଏପରି ସ୍ଥିତିରେ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରି ଆବଶ୍ୟକ। ଏଥିପାଇଁ ୩୬ ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। ଯେଉଁଥିରେ ଅଧିକାଂଶ ଟାଟା କମ୍ପାନୀର। ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି ଓ ସେମାନେ କାମ ଆରମ୍ଭ କରିଥିବା ନେଇ ଗୃହରେ ଉତ୍ତର ରଖିଲେ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ସେହିପରି ପାରାଦ୍ୱୀପକୁ ପେଟ୍ରୋକେମିକାଲ ହବ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ୨୦% ଓଡ଼ିଶାବାସୀଙ୍କୁ ଓଡ଼ିଶାର ଶିଳ୍ପ ସଂସ୍ଥାରେ ନିଯୁକ୍ତି ଦେବାର ନିୟମ ରଖିଛନ୍ତି ରାଜ୍ୟ ସରକାର। ସେହପରି ଯେଉଁ ଔଷଧ କମ୍ପାନୀ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆଗ୍ରହ ଦେଖାଇବେ ସେ ଗୁଡ଼ିକୁ ସର୍ବାଧିକ ପ୍ରୋତ୍ସାହନ ଦେବା ନେଇ ଗୃହକୁ ଅବଗତ କରିଛନ୍ତି ଶିଳ୍ପ ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

24 Mar 2023 By The Sakala

ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଆଗରେ ଓଡ଼ିଶା

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଅଧିକ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି।  ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ।  ଏଥିରେ ୧୦ଲକ୍ଷ ୩୭ହଜାର ୮୦୧ନିଯୁକ୍ତି ସୃଷ୍ଟି ହେବ। ଏ ଯାଏ ୧୫୬ ବୃହତ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ୟ୍ୟକ୍ଷମ ହୋଇଛି। ୭ ଟି ବୃହତ ଶିଳ୍ପ ଡାଉନଷ୍ଟ୍ରିମ ଆଲୁମିନିୟନ କାର୍ଯ୍ଯକାରୀ ହେଉଛି। ପ୍ଲାଣ୍ଟ ଲେବେଲ ପରାମର୍ଶଦାତା କମିଟି ଜରିଆରେ ଜିଲ୍ଲା ସ୍ତରରେ ଅନୁମୋଦନ ମିଳୁଛି।

ମେକ ଇନ ଓଡ଼ିଶା ୨୦୧୬ ରେ ୮୪ଶିଳ୍ପ ପ୍ରସ୍ତାବ ଆସିଥିଲା । ଯାହା ୨ଲକ୍ଷ୩୨ହଜାର୩୫ କୋଟିର ପୁଞ୍ଜି ନିବେଶ ଲକ୍ଷ୍ୟ ଥିଲା। ୫୮ ଶିଳ୍ପକୁ ଅନୁମୋଦନ ମିଳିଥିଲା ।  ୨୭ ଶିଳ୍ପ କାମ ଚଳାଇଛନ୍ତି। ୪ ଶିଳ୍ପ ଉତ୍ପାଦନ ଆରମ୍ଭ କରିଥିବାବେଳେ ୮ ଟି ଖୁବ ଶୀଘ୍ର ଉତ୍ପାଦନ ଆରମ୍ଭ କରିବେ। ସେହିପରି ମେକ ଇନ ଓଡ଼ିଶା ୨୦୧୮ ରେ ୨୦୨ ଶିଳ୍ପ ପ୍ରସ୍ତାବ ଆସିଥିଲା ।  ଯାହା ୪ ଲକ୍ଷ ୨୩ହଜାର ୧୧୫କୋଟିର ନିବେଶ ଲକ୍ଷ୍ୟ ଥିଲା। ୧୦ଶିଳ୍ପକୁ ଅନୁମୋଦନ ମିଛି।  ୭୧ ଶିଳ୍ପର କାମ ଚାଲିଛି। ୧୧ ଶିଳ୍ପ ଉତ୍ପାଦନ ଆରମ୍ଭ କରିଛନ୍ତି।

ତେବେ କ୍ୟାପିଟାଲ ଇଣ୍ଡଷ୍ଟ୍ରିରେ ନିଯୁକ୍ତି କମିବାର କାରଣ ହେଉଛି ଯେ ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି। ଏପରି ସ୍ଥିତିରେ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରି ଆବଶ୍ୟକ। ଏଥିପାଇଁ ୩୬ ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। ଯେଉଁଥିରେ ଅଧିକାଂଶ ଟାଟା କମ୍ପାନୀର। ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି ଓ ସେମାନେ କାମ ଆରମ୍ଭ କରିଥିବା ନେଇ ଗୃହରେ ଉତ୍ତର ରଖିଲେ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ସେହିପରି ପାରାଦ୍ୱୀପକୁ ପେଟ୍ରୋକେମିକାଲ ହବ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ୨୦% ଓଡ଼ିଶାବାସୀଙ୍କୁ ଓଡ଼ିଶାର ଶିଳ୍ପ ସଂସ୍ଥାରେ ନିଯୁକ୍ତି ଦେବାର ନିୟମ ରଖିଛନ୍ତି ରାଜ୍ୟ ସରକାର। ସେହପରି ଯେଉଁ ଔଷଧ କମ୍ପାନୀ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆଗ୍ରହ ଦେଖାଇବେ ସେ ଗୁଡ଼ିକୁ ସର୍ବାଧିକ ପ୍ରୋତ୍ସାହନ ଦେବା ନେଇ ଗୃହକୁ ଅବଗତ କରିଛନ୍ତି ଶିଳ୍ପ ମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର