ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା’

The Sakala Picture
Published On

ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ […]

ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ

ଆହୁରି ପଢ଼ନ୍ତୁ: ବିଗତ ଛାତ୍ର ସଂସଦ ନିର୍ବାଚନରେ ବିଜେପି ସରକାର ନିମ୍ନତାର ସବୁ ସୀମା ଟପିଗଲା: ସୁଜାତା ରାଉତ କାର୍ତ୍ତିକେୟନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର