ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ  ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ  ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି । ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ 1 3 MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି । ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ବାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ଏହି ଦୁଇଟି ଖଣିକୁ ଓଡିଶା ଖଣି ନିଗମକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସେହିପରି ଓଡିଶା ଖଣି ନିଗମ ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ବରିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଓଡିଶା ଖଣି ନିଗମକୁ ସାଧୁବାଦ ଜଣାଇଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ  ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡିଣା ଖଣିଜ ସଂପଦରେ ସମୃଦ୍ଧ । ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ ।

ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ଯୋଶୀ କରିଥିଲେ । ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଶ୍ରୀ ଯୋଶୀ କହିଥିଲେ ।

ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ସହଯୋଗ ଦେଶର ଅର୍ଥନୀତିରେ ସମୃଦ୍ଧିର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ । ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ  ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଖଣି ନିଗମର ଅଧ୍ୟକ୍ଷ  ସୁରେନ୍ଦ୍ର କୁମାର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ ଧନ୍ୟବାଦ ଜଣାଇଥିଲେ ।

ସୂଚନାଯୋଗ୍ୟ ଯେ କେନ୍ଦୁଝର ଜିଲ୍ଲାର ଏହି ଖଣି ଦୁଇଟିରୁ ବାର୍ଷିକ ୧୨ ବିଲିଅନ ଟନ୍‌ ଲୁହାପଥର ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି । ଜିଲ୍‌ଙ୍ଗ ଲାଙ୍ଗଲୋଟା ୭୯.୧୨ MT ଲୁହାପଥର ଥିବାବେଳେ ଏଥିରୁ ବାର୍ଷିକ ୬.୨୮ ମିଲିଅନ ଟନ୍‌ ଉତ୍ପାଦନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ସେହିପରି ୧୯୪.୯୪ MT ଲୁହାପଥର ଥିବା ଗୁଆଳି ଖଣିରୁ ବାର୍ଷିକ ୫.୭ ମିଲିଅନ ଟନ୍‌ ଲୁହାପଥର ଉତ୍ତୋଳନ ପାଇଁ ପରିବେଶ ମଞ୍ଜୁରୀ ମିଳିଛି । ଓଡିଶା ଖଣି ନିଗମ ଦ୍ରୁତ ଅଭିବୃଦ୍ଧି କରୁଥିବା ଦେଶର ଏକ ଖଣି କମ୍ପାନୀ ଅଟେ । ଏହି ଦୁଇଟି ନୂଆ ଖଣି ପାଇବା ପରେ ଓଡିଶା ମାଇନିଂ ନିଗମ ଓଡିଶା ଖଣି ନିଗମର ବାର୍ଷିକ ଉତ୍ପାଦନ ୨୦ ବିଲିଅନ ଟନ୍‌ରେ ପହଞ୍ଚିବ ବୋଲି ଆଶା କରାଯାଉଛି ।

18 Feb 2021 By The Sakala

https://www.thesakala.in/latest-odisha-news/odisha-mining-corporation-starts-production-of-two-iron-ore-mines-in-gwali-and-jillong-langlota/article-67
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର