ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ

The Sakala Picture
Published On

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ । ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ । ଆଉ ୩ ଦିନ ପରେ ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ଯାଳୟ ସୂତ୍ରରୁ ସୂଚନା ମିଳିଛି । ପାଖାପାଖି ୬ ହଜାର ୭୯୪ ସରପଞ୍ଚ ଓ ସମିତି […]

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ । ଚଳିତ ମାସ ଶେଷ ସପ୍ତାହରେ ଘୋଷଣା ହେବ ତାରିଖ । ଆଉ ୩ ଦିନ ପରେ ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ଯାଳୟ ସୂତ୍ରରୁ ସୂଚନା ମିଳିଛି । ପାଖାପାଖି ୬ ହଜାର ୭୯୪ ସରପଞ୍ଚ ଓ ସମିତି ସଭ୍ୟ, ୯୨ ହଜାର ୱାର୍ଡ ମେମ୍ବର, ୮୫୩ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ହେବ ନିର୍ବାଚନ ।

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

ରାଜ୍ୟ ନିର୍ବାଚନ କମିଶନ ଚଳିତ ବର୍ଷ ୱାର୍ଡ ସଦସ୍ୟଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ପରିଷଦ ସଦସ୍ୟଙ୍କ ପର୍ୟ୍ୟନ୍ତ ଖର୍ଚ୍ଚ ସୀମା ବୃଦ୍ଧି କରିଛନ୍ତି । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହୋଇଥିବା ସମସ୍ତ ନୂଆ ଭୋଟରଙ୍କୁ ଭୋଟର ତାଲିକାରେ ସାମିଲ୍ କରାଯାଇଛି । ଆସନ୍ତା ନିର୍ବାଚନରେ ଅଧାରୁ ଅଧିକ ସରପଞ୍ଚ ହେବେ ମହିଳା । ମୋଟ ଆସନ ମଧ୍ୟରୁ ୩ ହଜାର ୫ ଶହ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ପଛୁଆବର୍ଗ ମହିଳାଙ୍କ ପାଇଁ ୪୨୯ଟି ଆସନ ସଂରକ୍ଷିତ ଥିବା ବେଳେ, ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ୫୨୫ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୭୬ ଆସନ ସଂରକ୍ଷିତ ରହଛି ।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡି ଜେଜେ ଓ ନାତି ମୃତ

ଏହା ସହିତ ୧୧୭୦ଟି ଆସନ କେବଳ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ସେହିପରି ସମିତି ସଭ୍ୟ ପ୍ରାର୍ଥୀ ପାଇଁ ୩ ହଜାର ୫୩୮ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ଜିଲ୍ଲା ପରିଷଦରେ ୪୩୩ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି । ଏଥିପାଇଁ ତିନି ଦଳ ଆରମ୍ଭ କରିଛନ୍ତି ସଜବାଜ ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର