ରାଜ୍ୟରେ ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ: ସଂଧ୍ୟା ସୁଦ୍ଧା ହୀରାକୁଦ ଖୋଲିପାରେ ଅଧିକ ଗେଟ୍, ୪ଟି ଜିଲ୍ଲାକୁ ଆଲର୍ଟ ଜାରି

Madhusudan Das Picture
Published On

ଭୁବନେଶ୍ୱର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ବଢୁଛି ଜଳସ୍ତର । ସନ୍ଧ୍ୟା ସୁଦ୍ଧା ହୀରାକୁଦର ମୋଟ୍ ୨୨ ଗେଟ୍ ଖୋଲିବା ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ସେଥିପାଇଁ କଟକ, ପୁରୀ, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ପୂର୍ବାନୁମାନ ଠାରୁ ଅଧିକ ଆଲର୍ଟ ରହିବା ପାଇଁ କୁହାଯାଇଛି । ଏବେ ହୀରାକୁଦରେ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୪.୧୦ ଫୁଟ ରହିଛି । ମହାନଦୀ ଅବବାହିକା ଜିଲ୍ଲା ଗୁଡିକୁ ସତର୍କ ରହିବାକୁ କୁହାଯାଇଛି। 

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଓଡ଼ିଶାରେ ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ୟା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ସେ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ବୈଠକରେ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି), ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏବଂ ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଏହି ବୈଠକରେ ମନ୍ତ୍ରୀ ସୁରେଶ ପୂଜାରୀ ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଏବଂ କଟକ ଭଳି ୪ଟି ଜିଲ୍ଲାକୁ ସମ୍ବେଦନଶୀଳ ଚିହ୍ନଟ କରାଯାଇ ହାଇଆଲର୍ଟ ଜାରି କରାଯାଇଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ଧରଣର ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୭୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସମୀକ୍ଷା ପରେ ଶ୍ରୀ ପୂଜାରୀ କହିଛନ୍ତି, ବନ୍ୟାରେ ୧୫ଟି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ଆଉ ୧୫ଟି ଜିଲ୍ଲା ବିପଦମୁକ୍ତ ଅଛନ୍ତି। ୧୫ଟି ଜିଲ୍ଲାର ୫୭ଟି ବ୍ଲକ୍‌ର ୪୪୬ ପଞ୍ଚାୟତ, ୧୩୬୨ ଗାଁ ଓ ୧୧ ପୌରାଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ମୋଟ୍‌ ୭ ଲକ୍ଷ ୯୧ ହଜାର ୮୪୬ ଲୋକ ପ୍ରଭାବିତ ହୋଇଛନ୍ତି। ୨ ଲକ୍ଷ ୬୮ ହଜାର ୯୪୩ ଜଣ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ବନ୍ୟା ଯୋଗୁ ୨୧ ହଜାର ୩୮୦ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଥିବା ବେଳେ ୭୦୦ଟି ଘର ଭାଙ୍ଗିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ୬୪୭ଟି ରିଲିଫ୍‌ ସେଣ୍ଟର ଖୋଲାଯାଇଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର