୮ ବର୍ଷ ପରେ ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ: ଅକ୍ଟୋବର ୧୫ରେ ଭୋଟ୍

Madhusudan Das Picture
Published On

ଭୁବନେଶ୍ୱର: ୮ ବର୍ଷର ବ୍ୟବଧାନ ପରେ ପୁଣିଥରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ କ୍ୟାମ୍ପସ ଗଣତନ୍ତ୍ର ଫେରିବାକୁ ଯାଉଛି। ଆସନ୍ତା ଅକ୍ଟୋବର ୧୫ ତାରିଖରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ପରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: କୋଟିଆ ଓ ବନ୍ୟା ପ୍ରସଙ୍ଗରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚୀ ଅନୁଯାୟୀ, ଆସନ୍ତା ଅକ୍ଟୋବର ୭ ତାରିଖରେ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପରେ ଅକ୍ଟୋବର ୯ ତାରିଖରେ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିବେ। ଅକ୍ଟୋବର ୧୫ ତାରିଖରେ ରାଜ୍ୟବ୍ୟାପୀ ଭୋଟଗ୍ରହଣ ହେବାକୁ ଥିବା ବେଳେ ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନଙ୍କର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ବାତ୍ୟା ପାଇଁ ଭୁବନେଶ୍ୱର ବିମାନବନ୍ଦର ଆଲର୍ଟ, ଯାତ୍ରୀଙ୍କୁ ଫ୍ଲାଇଟ୍ ସ୍ଥିତି ଯାଞ୍ଚ କରି ଯାତ୍ରା କରିବାକୁ ପରାମର୍ଶ

ସୂଚନାଯୋଗ୍ୟ ଯେ, ଶେଷ ଥର ପାଇଁ ରାଜ୍ୟରେ ୨୦୧୭ ମସିହାରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କ୍ୟାମ୍ପସରେ ହିଂସା, ପ୍ରାକୃତିକ ବିପର୍ଯ୍ୟୟ ଏବଂ ପରବର୍ତ୍ତୀ ସମୟରେ କୋଭିଡ୍ ମହାମାରୀ କାରଣରୁ ପୂର୍ବ ସରକାର ୨୦୧୮ ମସିହାରୁ ଏହି ନିର୍ବାଚନକୁ ବାତିଲ କରିଥିଲେ। ଦୀର୍ଘ ବର୍ଷ ଧରି ବିଭିନ୍ନ ଛାତ୍ର ସଂଗଠନ ପକ୍ଷରୁ ନିର୍ବାଚନ ପୁନଃ ଆରମ୍ଭ କରିବା ନେଇ ଦାବି ହୋଇଆସୁଥିଲା। ଏବେ ସରକାରଙ୍କ ଏହି ଘୋଷଣା ପରେ କ୍ୟାମ୍ପସଗୁଡ଼ିକରେ ଛାତ୍ରନେତା ଓ ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ଏବଂ ନିର୍ବାଚନୀ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଭିଏଏମ୍ଏଲ୍ ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର