ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା : କାଲିପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ; ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉପାନ୍ତରୁ ଉପକୂଳ ସବୁଠି ଗତକାଲିଠୁ ପ୍ରବଳ ବର୍ଷା ହେଉଛି। ଆଉ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାପାଲି ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ବର୍ଷା ହେବ ବୋଲି ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ […]

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉପାନ୍ତରୁ ଉପକୂଳ ସବୁଠି ଗତକାଲିଠୁ ପ୍ରବଳ ବର୍ଷା ହେଉଛି। ଆଉ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାପାଲି ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ବର୍ଷା ହେବ ବୋଲି ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବର୍ଷାର ପରିମାଣ କମିବ । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାରାହାରି ୨୩.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୬.୯ ମିମି ତୁଳନାରେ ୨୪୨ ପ୍ରତିଶତ ଅଧିକ  । ଲଘୁଚାପ ପ୍ରଭାବରେ କୋରାପୁଟ ସହରରେ ସର୍ବାଧିକ ୧୬୮ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନନ୍ଦପୁରରେ ୧୩୭ ମିମି, ସେମିଳିଗୁଡା ୧୦୩ ମିମି ଏବଂ ଜୟପୁରରେ ୧୦୦.୮ ମିମି ବର୍ଷା ହୋଇଛି । ଏହି ସମୟରେ ୨ ସ୍ଥାନରେ ଅତି ପ୍ରବଳ ଏବଂ ୧୯ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ସେହିପରି ଆଜି ସକାଳ ୮ ଟା ୩୦ରୁ ଅପରାହ୍ଣ ୫ ଟା ୩୦ ମଧ୍ୟରେ ଗୋପାଳପୁରରେ ୮୮.୬ ମିମି , ରାଉରକେଲା ୫୩, ଚାନ୍ଦବାଲିରେ ୫୧.୯ ମିମି, ଛତ୍ରପୁର ୪୪, ସମ୍ବଲପୁର ଓ କୋରାପୁଟରେ ୩୧ ମିମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି ।  ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୧ ସେପ୍ଟେମ୍ୱରରୁ ୨୦ ସେପ୍ଟେମ୍ୱର ସୁଦ୍ଧା ରାଜ୍ୟରେ ୨୫୮ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୭୬.୭ ମିମି ତୁଳନାରେ ୪୬ ପ୍ରତିଶତ ଅଧିକ  । ଏଥିସହିତ ପୁରା ସେପ୍ଟେମ୍ୱର ମାସର ସ୍ୱଭାବିକ ବର୍ଷା ୨୩୫.୭ ମିମିକୁ  ପରିମାଣକୁ ୨୦ ଦିନରେ ହୋଇଥିବା ବର୍ଷା ଅତିକ୍ରମ କରିଛି ।
ଅନ୍ୟପଟେ ରାଜ୍ୟରେ ବର୍ଷା ଥିଲେ ବନ୍ୟା ଆଶଙ୍କା ନ ଥିବା ଜଳସମ୍ପଦ ବିଭାଗର ସର୍ବଚ୍ଚୋ ଯନ୍ତ୍ରୀ କହିଛନ୍ତି । ହୀରାକୁଦ ଜଳସ୍ତର ବର୍ତ୍ତମାନ ହ୍ରାସ ପାଉଛି । ଏବେ ୨ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ହୀରାକୁଦକୁ ୧ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୭୦ରୁ ୮୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ମୁଣ୍ଡଳିରେ ୩ ଲକ୍ଷ ୭୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ହୀରାକୁଦ ସ୍ଥିତି ସ୍ୱାଭାବିକ ଅଛି । ଆଉ ଗେଟ୍‌ ବନ୍ଦ ନେଇ ନିଷ୍ପତ୍ତି ହୋଇନି । ଆସନ୍ତାକାଲି ଉପର ଓ ତଳମୁଣ୍ଡରେ ବର୍ଷା ହେବାର ଅଛି । ତାକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

About The Author: The Sakala