ବଦଳିବ ପାଣିପାଗ, ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା ବେଳେ ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। କ୍ରମାଗତ ଭାବେ ରାଜଧାନୀର ତାପମାତ୍ର ରେକର୍ଡ ଭାଙ୍ଗୁଥିବା ବେଳେ ମଙ୍ଗଳବାର ସାମନ୍ଯ ହ୍ରାସ ପାଇଛି। ଦୁଇ ଦିନ ପରେ ରାଜ୍ୟରେ ପାଣିପାଗ ବଦଳିବ ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ୱର, ଭଦ୍ରକ ଏବଂ ମୟୁରଭଞ୍ଜରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ […]

ଭୁବନେଶ୍ବର: ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା ବେଳେ ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। କ୍ରମାଗତ ଭାବେ ରାଜଧାନୀର ତାପମାତ୍ର ରେକର୍ଡ ଭାଙ୍ଗୁଥିବା ବେଳେ ମଙ୍ଗଳବାର ସାମନ୍ଯ ହ୍ରାସ ପାଇଛି। ଦୁଇ ଦିନ ପରେ ରାଜ୍ୟରେ ପାଣିପାଗ ବଦଳିବ ଓ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ୱର, ଭଦ୍ରକ ଏବଂ ମୟୁରଭଞ୍ଜରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଓଡ଼ିଶାକୁ ସାମୁଦ୍ରିକ ପବନ ବହିବା ସହ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବଢିଛି । ଏହାର ପ୍ରଭାବରେ ଆକାଶ ମେଘାଛନ୍ନ ରହିବା ସହ ଉପକୂଳ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ତାପମାତ୍ରା ବଢିବ ନାହିଁ ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ତେବେ ରାଜ୍ୟର ଅନ୍ୟ ଅଞ୍ଚଳରେ ଆସନ୍ତା ୪ ଦିନ ପର୍ଯ୍ଯନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ । ୫ ଦିନ ପରେ ରାଜ୍ୟକୁ ପୁଣି ତାତି ଫେରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଆଜି ରାଜ୍ୟରେ ଅନୁଗୁଳରେ ସର୍ବାଧିକ ତାପମାତ୍ରା ୩୮.୭ ଡିଗ୍ରୀ ସେଲସିୟସ୍ ରହିଛି । ଭୁବନେଶ୍ୱରରେ ପାରଦ ୩୮.୬ ଡିଗ୍ରୀ ଥିବାବେଳେ କଟକରେ ପାରଦ ୩୮.୨ ଡିଗ୍ରୀ, ତାଳଚେରରେ ୩୮.୧ ଡିଗ୍ରୀ, ମାଲକାନଗିର-ନୟାଗଡ଼-ବଲାଙ୍ଗିର-ସୁନ୍ଦରଗଡ଼ ଆଦି ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର