ସହରର ବସ୍ତିବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି, ସମସ୍ତଙ୍କୁ ମିଳିବ ଭୂମି ଅଧିକାର : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ସହରର ବସ୍ତିବାସିନ୍ଦା ମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି। ଆସନ୍ତା ୨୦୨୩ ଡିସେମ୍ବର ସୁଦ୍ଧା ବସ୍ତିମୁକ୍ତ ହେବ ସାରା ଓଡ଼ିଶା। ‘ଜାଗା ମିଶନ’ରେ […]

ଭୁବନେଶ୍ବର : ସହରର ବସ୍ତିବାସିନ୍ଦା ମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି। ଆସନ୍ତା ୨୦୨୩ ଡିସେମ୍ବର ସୁଦ୍ଧା ବସ୍ତିମୁକ୍ତ ହେବ ସାରା ଓଡ଼ିଶା। ‘ଜାଗା ମିଶନ’ରେ ବସ୍ତିବାସିନ୍ଦାଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇବା ସହ ସେମାନଙ୍କୁ ଜମିି ଅଧିକାର ପ୍ରଦାନ କରାଯିବ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୧୦୫ ଟି ସହରର ୧ ଲକ୍ଷ ୭୦ ହଜାର ପରିବାକୁ ଜମି ଅଧିକାର ଦିଆଯାଇଥିବା ବେଳେ ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟରେ ବିଭିନ୍ନ ସହରାଞ୍ଚଳ ବସ୍ତିରେ ବାସ କରୁଥିବା ଅଢ଼େଇ ଲକ୍ଷ ପରିବାରକୁ ଜମି ଅଧିକାର ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌କୁ ନେଇ ବିଜେପି ନାଟକ କରୁଛି, ସଂରକ୍ଷଣ ନାଁରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପାରିତ ଉଦ୍ଦେଶ୍ୟ ଥିଲା: ବିଜେଡି

ଗୁରୁବାର ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କୁ ଜମି ଅଧିକାର ପ୍ରଦାନ ପାଇଁ ହୋଇଥିବା ଡ୍ରୋନ୍ ସର୍ଭେ କାର୍ଯକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ‘ଜାଗା ମିଶନ’କୁ ଏକ ଆଧ୍ୟାତ୍ମିକ ଯାତ୍ରା ବୋଲି ଉଲ୍ଲେଖ କରି ୨୦୨୩ ଡିସେମ୍ୱର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ ବୈଷୟିକ ସହାୟତା ଯୋଗାଇ ଦେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓ ଜାଗା ମିଶନ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ଆହୁରି ପଢ଼ନ୍ତୁ: ସୁନ୍ଦରପଦା ଆଜାଦନଗର ବିସ୍ଫୋରଣ ଘଟଣା: କ୍ୟାପିଟାଲ ହସ୍ପିଟାଲରେ NIA ଟିମର ତଦନ୍ତ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିବା ସହ ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ବସ୍ତିମୁକ୍ତ ହୋଇଛି ବୋଲି ଘୋଷଣା କରିଛନ୍ତି। ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ସହରର ବସ୍ତିବାସିନ୍ଦାମାନଙ୍କ ପାଇଁ ଆଜି ସୁଦିନ ଆସିଛି ବୋଲି କହିଛନ୍ତି। ଯେଉଁମାନେ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି। ଜାଗା ମିଶନ ସାରା ବିଶ୍ୱରେ ସୁନାମ ପାଇଛି। ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି। ଏ ମିଶନରେ ‘ପିପୁଲ୍ ଫାଷ୍ଟ’ ଅଭିଯାନ ଚାଲିଛି। ୨୦୧୭ରୁ ଆରମ୍ଭ ହୋଇଥିବା ଜାଗା ମିଶନକୁ ଏକ ଆଧ୍ୟାତ୍ମିକ ଯାତ୍ରା (ସ୍ପିରିଚୁଆଲ ଜର୍ଣ୍ଣି) ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଯାତ୍ରା ବର୍ତ୍ତମାନ ସୁଦ୍ଧା ଯଥେଷ୍ଟ ସଫଳତା ଓ ସନ୍ତୋଷ ଆଣିପାରିଛି। ବସ୍ତିର ବିକାଶରେ ବସ୍ତି ଉନ୍ନୟନ ସଂଘ ଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି କହିବା ସହ ଏହି ସଂଘଗୁଡ଼ିକୁ ସରକାରଙ୍କ ଚତୁର୍ଥ ସଂଘ ଭାବେ ମାନ୍ୟତା ଦିଆଯାଇଛି। ସେମାନଙ୍କୁ ବିକାଶ ଓ ଶାସନତନ୍ତ୍ର ବ୍ୟବସ୍ଥାରେ ଭାଗିଦାର ହେବାର ସୁଯୋଗ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବସ୍ତି ସମୂହର ଭିତ୍ତିଭୂମି ବିକାଶ ପାଇଁ ପୌରସଂସ୍ଥା ବଜେଟରେ ୨୫ ପ୍ରତିଶତ ଏହି ସଂଘ ଗୁଡ଼ିକୁ ପ୍ରଦାନ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ସିଆର୍‌ଏଫ୍‌ଏମ୍‌ ଯୋଜନା ବାଟବଣା: ସାରା ରାଜ୍ୟରେ ଦୁର୍ନୀତିର ପାହାଡ଼

ସହରଗୁଡ଼ିକ ଯେପରି ବସ୍ତିମୁକ୍ତ ହୋଇ ରହିବ, ବସ୍ତି ସୃଷ୍ଟି ହେବାର କାରଣର ଅନୁନ୍ଧାନ କରି ତାର ନିରାକରଣ ପାଇଁ ରାଜ୍ୟ ସରକାର ପାଇଲଟ ପ୍ରୋଗ୍ରାମ ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିକାଶ ଓ ଅଭିବୃଦ୍ଧିର ସୁଫଳ ଉପରେ ଦେଶର ଗରିବ ଲୋକଙ୍କର ସମାନ ଅଧିକାର ଅଛି। ଗରିବ ଲୋକଙ୍କୁ ସାମାଜିକ ଓ ଆର୍ଥିକ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ରାଜ୍ୟ ସରକାର ଚୁପ ହୋଇ ବସି ପାରିବ ନାହିଁ । ବସ୍ତି ବିକାଶ କାର୍ଯ୍ୟକ୍ରମ ସହରର ଗରିବ ଲୋକଙ୍କୁ ସମାନ ଅଧିକାର ଓ ନ୍ୟାୟ ପ୍ରଦାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟର ୧୭ ଲକ୍ଷ ବସ୍ତିବାସିନ୍ଦାଙ୍କ ଜୀବନରେ ଦୀର୍ଘସ୍ଥାୟୀ ଖୁସି ଆଣିବା ପାଇଁ ଏହି ଆଧ୍ୟାତ୍ମିକ ଯାତ୍ରା ତାର ଭୂମିକା ଗ୍ରହଣ କରିଚାଲିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଊଷା ଦେବୀ ଯୋଗ ଦେଇ ରାଜ୍ୟର ସହର ଗୁଡ଼ିକର ବସ୍ତି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଛନ୍ତି। ସାରା ଦେଶରେ ଏଭଳି ପଦକ୍ଷେପ ଅନନ୍ୟ ବୋଲି ସେ କହିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥିଭାଥନନ ଓ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସେହିପରି ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସହରାଞ୍ଚଳରେ ମନ୍ତ୍ରୀ, ସାଂସଦ, ବିଧାୟକ, ମେୟର ଓ ପୌର ପରିଷଦ ଅଧ୍ୟକ୍ଷମାନେ ଯୋଗ ଦେଇଥିଲେ।

10 Nov 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର