ରାଜ୍ୟରେ ବ୍ୟାପକ ପୁଞ୍ଜି ନିବେଶ ହେଲେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ବେକାରୀ ସମସ୍ୟା ଦୂର ହେବ : ପ୍ରତାପ ଦେବ

The Sakala Picture
Published On

ଭୁବନେଶ୍ବର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧ ତାରିଖରେ ନୂଆଦିଲ୍ଲୀ ନିବେଶକ ସମ୍ମେଳନ କରୁଛି ଓଡ଼ିଶା। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଶକ ସମ୍ମେଳନରେ ୧୬ଟି ଦେଶର ପ୍ରତିନିଧିଙ୍କ ସହ କଥା […]

ଭୁବନେଶ୍ବର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧ ତାରିଖରେ ନୂଆଦିଲ୍ଲୀ ନିବେଶକ ସମ୍ମେଳନ କରୁଛି ଓଡ଼ିଶା। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଶକ ସମ୍ମେଳନରେ ୧୬ଟି ଦେଶର ପ୍ରତିନିଧିଙ୍କ ସହ କଥା ହେବେ। ଓଡିଶାରେ ପୁଞ୍ଜି ନିବେଶ କଲେ କଣ କଣ ସୁବିଧା ପ୍ରଦାନ କରାଯାଉଛି ସେ ନେଇ ନିବେଶକାରୀଙ୍କୁ ବିସ୍ତୃତ ଭାବରେ ମୁଖ୍ୟମନ୍ତ୍ରୀ ଜଣାଇବେ ବୋଲି କହିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

ଆମେରିକା, ୟୁଏଇ, କାତାର, ଓମାନ, ବାହାରିନ୍‍,ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ଲକ୍ସେମବର୍ଗ, ବେଲଜିୟମ, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧିଗଣ ସିଧାସଳଖ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ଉପରୋକ୍ତ ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ। କରୋନା କାରଣରୁ ୨ ବର୍ଷ ପରେ ଏହି ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ଭୁବନେଶ୍ବରରେ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ମେକ୍ ଇନ୍ ଓଡିଶାର ପ୍ରଥମ ସଂସ୍କରଣ ଦୁବାଇରେ ହୋଇଥିବା ବେଳେ ଦ୍ବିତୀୟ ସଂସ୍କରଣ ଅହମ୍ମଦାବାଦରେ ହୋଇଥିଲା । ଏବେ ତୃତିୟ ସଂସ୍କରଣ ଦିଲ୍ଲୀରେ ହେବାକୁ ଯାଉଛି । ଏହି ନିବେଶ ସଂସ୍କରଣରେ ଦିଲ୍ଲୀ ଆଖପାଖର ଶିଳ୍ପପତିଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ଏହି ନିବେଶ ସମାବେଶର ବିଜିନେସ ପାର୍ଟନର ହୋଇଛି FICCI । ଅନ୍ୟପଟେ ଦୁବାଇରେ ହୋଇଥିବା ଇନଭେଷ୍ଟର୍ସ ମିଟ୍‌ରେ ଓଡ଼ିଶା ପାଇଁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିଛି। ମଧ୍ୟ ପ୍ରାଚ୍ୟଏବଂ ଅନ୍ତର୍ଜାତୀୟ ଶିଳ୍ପ ସଂସ୍ଥା ମେକ ଇନ୍‍ କନକ୍ଲେଭରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଆଗାମୀ ଦଶନ୍ଧିରେ ରାଜ୍ୟରେ ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ୍‍, କେମିକାଲ ଏବଂ ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ଇଲେକଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‍ ଓ ବିପଣନ ଏବଂ ଲଜିଷ୍ଟିକ୍‍ ଓ କ୍ଲିନ ଏନର୍ଜି ଆଦି କ୍ଷେତ୍ରରେ ରାଜ୍ୟରେ ନିବେଶ ସୁଯୋଗ ସୃଷ୍ଟି କରାଯିବ। ଓଡିଶାରେ ବ୍ୟାପକ ପୁଞ୍ଜି ନିବେଶ ହେଲେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ବେକାରୀ ସମସ୍ୟା ଦୂର ହେବ ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି।

ଆହୁରି ପଢ଼ନ୍ତୁ: ‘ଏପିକେ’ ଆତଙ୍କ: ଫାଇଲ୍‌‌ ଖୋଲିଲେ ହ୍ୟାକରଙ୍କ ନିୟନ୍ତ୍ରଣକୁ ଚାଲିଯିବ ଆପଣଙ୍କ ମୋବାଇଲ, ଖାଲି ହୋଇଯିବ ଆକାଉଣ୍ଟ

29 Aug 2022 By The Sakala

ରାଜ୍ୟରେ ବ୍ୟାପକ ପୁଞ୍ଜି ନିବେଶ ହେଲେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ବେକାରୀ ସମସ୍ୟା ଦୂର ହେବ : ପ୍ରତାପ ଦେବ

ଭୁବନେଶ୍ବର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧ ତାରିଖରେ ନୂଆଦିଲ୍ଲୀ ନିବେଶକ ସମ୍ମେଳନ କରୁଛି ଓଡ଼ିଶା। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଶକ ସମ୍ମେଳନରେ ୧୬ଟି ଦେଶର ପ୍ରତିନିଧିଙ୍କ ସହ କଥା ହେବେ। ଓଡିଶାରେ ପୁଞ୍ଜି ନିବେଶ କଲେ କଣ କଣ ସୁବିଧା ପ୍ରଦାନ କରାଯାଉଛି ସେ ନେଇ ନିବେଶକାରୀଙ୍କୁ ବିସ୍ତୃତ ଭାବରେ ମୁଖ୍ୟମନ୍ତ୍ରୀ ଜଣାଇବେ ବୋଲି କହିଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ।

ଆମେରିକା, ୟୁଏଇ, କାତାର, ଓମାନ, ବାହାରିନ୍‍,ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ଲକ୍ସେମବର୍ଗ, ବେଲଜିୟମ, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧିଗଣ ସିଧାସଳଖ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ଉପରୋକ୍ତ ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ। କରୋନା କାରଣରୁ ୨ ବର୍ଷ ପରେ ଏହି ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ଭୁବନେଶ୍ବରରେ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି।

ମେକ୍ ଇନ୍ ଓଡିଶାର ପ୍ରଥମ ସଂସ୍କରଣ ଦୁବାଇରେ ହୋଇଥିବା ବେଳେ ଦ୍ବିତୀୟ ସଂସ୍କରଣ ଅହମ୍ମଦାବାଦରେ ହୋଇଥିଲା । ଏବେ ତୃତିୟ ସଂସ୍କରଣ ଦିଲ୍ଲୀରେ ହେବାକୁ ଯାଉଛି । ଏହି ନିବେଶ ସଂସ୍କରଣରେ ଦିଲ୍ଲୀ ଆଖପାଖର ଶିଳ୍ପପତିଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ଏହି ନିବେଶ ସମାବେଶର ବିଜିନେସ ପାର୍ଟନର ହୋଇଛି FICCI । ଅନ୍ୟପଟେ ଦୁବାଇରେ ହୋଇଥିବା ଇନଭେଷ୍ଟର୍ସ ମିଟ୍‌ରେ ଓଡ଼ିଶା ପାଇଁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିଛି। ମଧ୍ୟ ପ୍ରାଚ୍ୟଏବଂ ଅନ୍ତର୍ଜାତୀୟ ଶିଳ୍ପ ସଂସ୍ଥା ମେକ ଇନ୍‍ କନକ୍ଲେଭରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଆଗାମୀ ଦଶନ୍ଧିରେ ରାଜ୍ୟରେ ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ୍‍, କେମିକାଲ ଏବଂ ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ଇଲେକଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‍ ଓ ବିପଣନ ଏବଂ ଲଜିଷ୍ଟିକ୍‍ ଓ କ୍ଲିନ ଏନର୍ଜି ଆଦି କ୍ଷେତ୍ରରେ ରାଜ୍ୟରେ ନିବେଶ ସୁଯୋଗ ସୃଷ୍ଟି କରାଯିବ। ଓଡିଶାରେ ବ୍ୟାପକ ପୁଞ୍ଜି ନିବେଶ ହେଲେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ବେକାରୀ ସମସ୍ୟା ଦୂର ହେବ ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର