ଆଜିଠୁ ଖସିବ ତାପମାତ୍ରା, ବଢିବ ଶୀତର ପ୍ରକୋପ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ପାରଦ ତଳମୁହାଁ ହେବ। ଏହି କାରଣରୁ ପୁଣି ଥରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ଦୁଇ ଦିନ ହେବ ରାଜ୍ୟ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ରହିଥିଲା। ଏହି କାରଣରୁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ପଶ୍ଚିମା ଝଡ଼ର ପ୍ରଭାବ କମିବା ପରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ରାଜ୍ୟର […]

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ପାରଦ ତଳମୁହାଁ ହେବ। ଏହି କାରଣରୁ ପୁଣି ଥରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ଦୁଇ ଦିନ ହେବ ରାଜ୍ୟ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ରହିଥିଲା। ଏହି କାରଣରୁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ପଶ୍ଚିମା ଝଡ଼ର ପ୍ରଭାବ କମିବା ପରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଶୁକ୍ରବାରଠାରୁ ତାପମାତ୍ରାରେ ହ୍ରାସ ହେବା ଆରମ୍ଭ ହୋଇ ୩ ଦିନ ମଧ୍ୟରେ ୩-୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

11 Feb 2022 By The Sakala

ଆଜିଠୁ ଖସିବ ତାପମାତ୍ରା, ବଢିବ ଶୀତର ପ୍ରକୋପ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ପାରଦ ତଳମୁହାଁ ହେବ। ଏହି କାରଣରୁ ପୁଣି ଥରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ଦୁଇ ଦିନ ହେବ ରାଜ୍ୟ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ରହିଥିଲା। ଏହି କାରଣରୁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ପଶ୍ଚିମା ଝଡ଼ର ପ୍ରଭାବ କମିବା ପରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଶୁକ୍ରବାରଠାରୁ ତାପମାତ୍ରାରେ ହ୍ରାସ ହେବା ଆରମ୍ଭ ହୋଇ ୩ ଦିନ ମଧ୍ୟରେ ୩-୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ।

https://www.thesakala.in/latest-odisha-news/odisha-will-tremble-in-winter-from-today/article-9150
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର