ଛତିଶଗଡରେ ମାଓ ଆକ୍ରମଣ ପରେ ଓଡ଼ିଶାର ସବୁ ସୀମାନ୍ତ ଜିଲ୍ଲା ସିଲ୍‌ ସହ ହାଇଆଲର୍ଟ ଜାରି

The Sakala Picture
Published On

ଛତିଶଗଡ଼ରେ ମାଓ ହମଲା ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇଆଲର୍ଟ ଜାରି । ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ଏଡିଜି ଅମିତାଭ ଠାକୁର ସୂଚନା ଦେଇଛନ୍ତି । ଆମ ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥାନ୍ତି । ତେଣୁ ଏହି ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ […]

ଛତିଶଗଡ଼ରେ ମାଓ ହମଲା ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇଆଲର୍ଟ ଜାରି । ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ଏଡିଜି ଅମିତାଭ ଠାକୁର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

ଆମ ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥାନ୍ତି । ତେଣୁ ଏହି ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନ ଆସିବେ ସେ ନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି । ଅତିରିକ୍ତ ଡିଜି ଅପରେସନ ଅମିତାଭ ଠାକୁର ଏହି ସୂଚନା ଦେଇଛନ୍ତି । ସୀମାନ୍ତ ଜିଲ୍ଲାର ଏସପି ମାନଙ୍କ ସହ ଭିଡିଓ କନ୍ଫେରେନ୍ସି ଜରିଆରେ ସ୍ଥିତିର ଅନୁଧ୍ୟାନ କରାଯାଉଛି । ମାଓ କ୍ୟାମ୍ପରେ ମହିଳା ମାଓବାଦୀଙ୍କୁ ଯୌନ ଶୋଷଣ କରାଯାଉଛି । ଯେତେବେଳେ ମହିଳା ମାଓବାଦୀ ଆତ୍ମ ସମର୍ପଣ କରୁଛନ୍ତି ସେମାନେ ଏହିଭଳି କାହାଣୀ ପୋଲିସ ଆଗରେ କହୁଛନ୍ତି । ସମସ୍ତ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ପାଇଁ ଅତିରିକ୍ତ ଡିଜି ଅପରେସନ ଅମିତାଭ ଠାକୁର ଆହ୍ବାନ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର