ବଢୁଛି ବାରବାଟୀ ଉତ୍କଣ୍ଠା: ୯ରୁ ଆରମ୍ଭ ହେବ ଅଫଲାଇନ୍ ଟିକେଟ୍ ବିକ୍ରି, କଳାବଜାରୀ ରୋକିବାକୁ ନିଆଯାଇଛି ସ୍ୱତନ୍ତ୍ର ପଦକ୍ଷେପ

The Sakala Picture
Published On

କଟକ: ବଢ଼ୁଛି ବାରବାଟୀ ଉତ୍କଣ୍ଠା । ୧୨ ତାରିଖରେ ହେବ ହାଇଭୋଲଟେଜ୍ ମ୍ୟାଚ। ଏହି ଟି-୨୦ ମ୍ୟାଚ ପାଇଁ ୯ରୁ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ । ସାଧାରଣ ଦର୍ଶକଙ୍କ ପାଇଁ କାଉଣ୍ଟରରେ ମିଳିବ ୧୨ ହଜାର ଟିକେଟ୍ । ଦୀର୍ଘ ବର୍ଷ ପରେ ମ୍ୟାଚ ହେଉଥିବାରୁ ଅଧିକ ଭିଡ ହେବା ଆଶଂକା କରାଯାଉଛି। ଏଥିପାଇଁ ଷ୍ଟାଡିୟମ ପରିସରରେ ୨ଟି କାଉଣ୍ଟର ସହ ଅସ୍ଥାୟୀ ଭାବେ ୫ଟି କାଉଣ୍ଟର କରିବାକୁ ନିଷ୍ପତ୍ତି ନେଇଛି ଓସିଏ। ପ୍ରତି […]

କଟକ: ବଢ଼ୁଛି ବାରବାଟୀ ଉତ୍କଣ୍ଠା । ୧୨ ତାରିଖରେ ହେବ ହାଇଭୋଲଟେଜ୍ ମ୍ୟାଚ। ଏହି ଟି-୨୦ ମ୍ୟାଚ ପାଇଁ ୯ରୁ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ । ସାଧାରଣ ଦର୍ଶକଙ୍କ ପାଇଁ କାଉଣ୍ଟରରେ ମିଳିବ ୧୨ ହଜାର ଟିକେଟ୍ । ଦୀର୍ଘ ବର୍ଷ ପରେ ମ୍ୟାଚ ହେଉଥିବାରୁ ଅଧିକ ଭିଡ ହେବା ଆଶଂକା କରାଯାଉଛି। ଏଥିପାଇଁ ଷ୍ଟାଡିୟମ ପରିସରରେ ୨ଟି କାଉଣ୍ଟର ସହ ଅସ୍ଥାୟୀ ଭାବେ ୫ଟି କାଉଣ୍ଟର କରିବାକୁ ନିଷ୍ପତ୍ତି ନେଇଛି ଓସିଏ। ପ୍ରତି ଦର୍ଶକଙ୍କୁ ସର୍ବାଧିକ ୨ଟି ଟିକେଟ୍ ମିଳିବ। ନିଜର ଫଟୋ ପରିଚୟପତ୍ର ଦେଖାଇ ଟିକେଟ୍ କିଣିବେ ଦର୍ଶକ ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

୯ ତାରିଖ ଦିନ ସକାଳ ୯ଟାରୁ ଆରମ୍ଭ ହେବ ଟିକେଟ୍ ବିକ୍ରି । ଷ୍ଟାଡିୟମରେ ୪୪ ହଜାର ୨୩୪ ଜଣ ଦର୍ଶକ ଏଥର ମ୍ୟାଚ ଦେଖିବେ। ଚଳିତବର୍ଷ ୧୮ ପ୍ରତିଶତ GST ସହ ଟିକେଟ ଦର ବୃଦ୍ଧି ହୋଇଛି। ଗ୍ୟାଲେରି ନମ୍ବର ୧, ୩ ଓ ୫ ପାଇଁ ଟିକେଟ ଦର ୯ ଶହ ଟଙ୍କା ରଖାଯାଇଥିବା ବେଳେ, ଗ୍ୟାଲେରି ନମ୍ବର ୨ ଓ ୪ ପାଇଁ ୭ ଶହ ଟଙ୍କା, ୭ ନମ୍ବର ଗ୍ୟାଲେରି ଦର ୬ ଶହ ଟଙ୍କା, କେବଳ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ୬ ନମ୍ବର ଗ୍ୟାଲେରି ଦର ୩ ଶହ ଟଙ୍କା, ସ୍ପେଶାଲ ଏନକ୍ଲୋଜର ପାଇଁ ୫ ହଜାର ଟଙ୍କା, ଇଉ ବକ୍ସ ପାଇଁ ୭ ହଜାର ଟଙ୍କା, ନ୍ୟୁ ପାଭିଲିଅନ ପାଇଁ ୮ ହଜାର ଟଙ୍କା ଓ କର୍ପୋରେଟ ବକ୍ସ ପାଇଁ ୧୨ ହଜାର ଟଙ୍କା ଦର ଧାର୍ୟ୍ୟ କରାଯାଇଛି । ଟିକେଟ ବିକ୍ରି ସମୟରେ ଶୃଙ୍ଖଳା ରକ୍ଷା କରିବାକୁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । ସେପଟେ ଟିକେଟ କଳାବଜାରୀ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବାବେଳେ ପୂର୍ବଦିନ ରାତିରୁ କାଉଣ୍ଟର ଆଗରେ ଭିଡ଼ ନ ଜମାଇବାକୁ ପରାମର୍ଶ ଦେଇଛନ୍ତି ଡିସିପି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର