ଲିଭର ଟ୍ରାନ୍ସପ୍ଲାଣ୍ଟ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ

The Sakala Picture
Published On

ଭୁବନେଶ୍ୱର: ଅପରେସନ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ । ଦିଲ୍ଲୀର ILVS ହସ୍ପିଟାଲରେ ଅପରେସନ କରାଯିବ ବୋଲି ସୂଚନା ମିଳିଛି । ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ବରିଷ୍ଠ ଅଭିନେତା ଶ୍ରୀତମ ଦାସ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ଡୋନର ସ୍ଥିର ହୋଇଛି । ଦିଲ୍ଲୀରେ ଆସନ୍ତାକାଲି ପହଂଚିବା ପରେ ସେଠାରେ ଚିକିତ୍ସା ଆରମ୍ଭ କରାଯିବ । ସୂଚନା ଅନୁସାରେ, ଲିଭର ସିରୋସିସ୍‌ ରୋଗରେ ଗୁରୁତର […]

ଭୁବନେଶ୍ୱର: ଅପରେସନ ପାଇଁ ଆସନ୍ତାକାଲି ଦିଲ୍ଲୀ ଯିବେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ । ଦିଲ୍ଲୀର ILVS ହସ୍ପିଟାଲରେ ଅପରେସନ କରାଯିବ ବୋଲି ସୂଚନା ମିଳିଛି । ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ବରିଷ୍ଠ ଅଭିନେତା ଶ୍ରୀତମ ଦାସ ସୂଚନା ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ଡୋନର ସ୍ଥିର ହୋଇଛି । ଦିଲ୍ଲୀରେ ଆସନ୍ତାକାଲି ପହଂଚିବା ପରେ ସେଠାରେ ଚିକିତ୍ସା ଆରମ୍ଭ କରାଯିବ ।

ଆହୁରି ପଢ଼ନ୍ତୁ: ଅଗ୍ନିଶମ କେନ୍ଦ୍ରରେ ହାଇଡ୍ରାମା: ବରିଷ୍ଠ ଅଧିକାରୀଙ୍କ ନିର୍ଯାତନା ଅଭିଯୋଗ କରି ଛାତ ଉପରକୁ ଚଢ଼ିଲେ କର୍ମଚାରୀ

ସୂଚନା ଅନୁସାରେ, ଲିଭର ସିରୋସିସ୍‌ ରୋଗରେ ଗୁରୁତର ହୋଇ ପଡ଼ିଥିବା ପିଣ୍ଟୁଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରାଯିବ। ଏଥିପାଇଁ ପ୍ରାୟ ୫୦ ଲକ୍ଷ ଟଙ୍କା ଆବଶ୍ୟକ। ଯାହାକୁ ଯୋଗାଡ଼ କରିବା ତାଙ୍କ ପରିବାର ପକ୍ଷେ ସମ୍ଭବ ନଥିଲା। ତେଣୁ ସେ ସହାୟତା ପାଇଁ ନିବେଦନ କରିଥିଲେ । ବହୁ ଶୁଭେଛୁ ତାଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି । ଆହୁରି ଅଧିକ ଅର୍ଥର ଆବଶ୍ୟକତା ରହିଛି । ଏଣୁ ଅଧିକ ସହାୟତା ପାଇଁ ଶ୍ରୀତମ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ପିଣ୍ଟୁ ନନ୍ଦଙ୍କ ସହିତ ତାଙ୍କ ଭିଣୋଇ ଯିବାକୁ ଥିବା ବେଳେ ତା’ ପରଦିନ ପିଣ୍ଟୁଙ୍କ ଭାଇ ଓ ଦୁଇ ଜଣ ଡୋନର ଯିବେ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଗୁଳି ଫୁଟାଇ କମନ ସର୍ଭିସ ସେଣ୍ଟରରୁ ୨ ଲକ୍ଷ ଟଙ୍କା ଲୁଟିନେଇ ଦୁର୍ବୃତ୍ତ ଫେରାର

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି। ପିଣ୍ଟୁ ବିଭିନ୍ନ ସମୟରେ ନାୟକ/ନାୟିକାଙ୍କ ଭାଇ,ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି। ପିଣ୍ଟୁ ଶତାଧିକ ଓଡ଼ିଆ ଛବିରେ ଅଭିନୟ କରିଛନ୍ତି।

ଆହୁରି ପଢ଼ନ୍ତୁ: ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କୁ ନିର୍ମମ ହତ୍ୟା, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପରିବାର ପକ୍ଷରୁ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର