ଜାମିନରେ ଆସିଥିବା ନେତା ଏବେ ବିଜେପିର ଷ୍ଟାର ପ୍ରଚାରକ: ବିଜେଡ଼ି

The Sakala Picture
Published On

ଭୁବନେଶ୍ୱର: ଜାମିନରେ ଆସିଥିବା ଦୁଇ ବିଜେପି ନେତା ଏବେ ପଦ୍ମପୁର ଉପନିର୍ବାଚନରେ ଷ୍ଟାର ପ୍ରଚାରକ । ବିଜେପୁର ଉପନିର୍ବାଚନ ସମୟରେ ଏମାନେ ବିଜେଡି ବିଧାୟକ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା କହିଛନ୍ତି ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ । ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଧାୟକ ଶ୍ରୀ ଆଚାର୍ଯ୍ୟ କହିଛନ୍ତି ଯେ ବିଜେପୁର ଉପ-ନିର୍ବାଚନ ସମୟରେ ଦୁଇ ବିଜେପି ନେତା ବିଜେଡି ବିଧାୟକ ଶ୍ରୀ ସୁଶାନ୍ତ ସିଂହଙ୍କ ଭାଇଙ୍କୁ […]

ଭୁବନେଶ୍ୱର: ଜାମିନରେ ଆସିଥିବା ଦୁଇ ବିଜେପି ନେତା ଏବେ ପଦ୍ମପୁର ଉପନିର୍ବାଚନରେ ଷ୍ଟାର ପ୍ରଚାରକ । ବିଜେପୁର ଉପନିର୍ବାଚନ ସମୟରେ ଏମାନେ ବିଜେଡି ବିଧାୟକ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା କହିଛନ୍ତି ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ । ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଧାୟକ ଶ୍ରୀ ଆଚାର୍ଯ୍ୟ କହିଛନ୍ତି ଯେ ବିଜେପୁର ଉପ-ନିର୍ବାଚନ ସମୟରେ ଦୁଇ ବିଜେପି ନେତା ବିଜେଡି ବିଧାୟକ ଶ୍ରୀ ସୁଶାନ୍ତ ସିଂହଙ୍କ ଭାଇଙ୍କୁ କିଭଳି ମରଣାନ୍ତକ ଆକ୍ରମଣ କରିଥିଲେ ତାହା ସମସ୍ତଙ୍କୁ ଜଣା । ଏଭଳି ଜଘନ୍ୟ ଅପରାଧ ପାଇଁ ସେମାନେ ଜେଲ୍‍ ଯାଇଥିଲେ । ଜାମିନରେ ଆସି ଏହି ଦୁଇ ବିଜେପି ନେତା ଏବେ ପଦ୍ମପୁର ଉପ-ନିର୍ବାଚନରେ ବିଜେପିର ଷ୍ଟାର ପ୍ରଚାରକ ସାଜିଛନ୍ତି ।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ଶୁଣିବାକୁ ମିଳୁଛି ଯେ ସେମାନେ ଏବେ ପଦ୍ମପୁର ଉପନିର୍ବାଚନ ସମୟରେ ବିଜେଡି ବିଧାୟକ ଶ୍ରୀ ସୁଶାନ୍ତ ସିଂହଙ୍କ ଉପରେ ଆକ୍ରମଣ କରିବାକୁ ଯୋଜନା କରୁଛନ୍ତି ଏବଂ ଏଥି ।ଇଁ ସେମାନେ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଶ୍ରୀ ପୁରୋହିତଙ୍କ ବିବୃତ୍ତିରୁ ତାଙ୍କର ହାରିଯିବାର ଭୟ ତାଙ୍କ ମୁହଁରୁ ବାରିହୋଇ ପଡୁଛି । ତେଣୁ ନିରାଶାରେ ସେ ନିଜ ପ୍ରତି ସହାନୁଭୂତି ହାସଲ କରିବା ସହିତ ବିଜେଡିକୁ ବଦନାମ ପାଇଁ କିଛି ଲୋକଙ୍କ ହାତରେ ବିଜେଡି ପତାକା ଧରାଇ ନିଜ ଉପରେ ଆକ୍ରମଣର ନାଟକ କରି ।ରନ୍ତି । ପଦ୍ମପୁରର ଲୋକମାନେ ଶ୍ରୀ ପ୍ରଦୀପ ପୁରୋହିତଙ୍କର ଅସଲ ଚେହେରାକୁ ଜାଣିଛନ୍ତି ଏବଂ ତାଙ୍କୁ ଓ ବିଜେପିକୁ ଉପଯୁକ୍ତ ଜବାବ ଦେବେ ବୋଲି ବିଧାୟକ ଶ୍ରୀ ଆଚାର୍ଯ୍ୟ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର