୫ରେ ଭୀଷଣ ବାତ୍ୟା ରୂପ ନେବ ‘ମିଚାଉଁ’, ଘଣ୍ଟା ପ୍ରତି ୮ କି.ମି ବେଗରେ ହେଉଛି ଅଗ୍ରସର

The Sakala Picture
Published On

ଭୁବନେଶ୍ବର: ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଚାଉଁ’କୁ ଦୃଷ୍ଟିରେ ରଖି  ଆନ୍ଧ୍ରପ୍ରଦେଶ ତତ -ସଂଲଗ୍ନ ଉତ୍ତର ତାମିଲନାଡୁ- ପୁଡୁଚେରୀ ଉପକୂଳ ପାଇଁ ଅରେଞ୍ଜ ଆଲର୍ଟ ଜାରି  କରାଯାଇଛି। ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଚାଉଁ’  ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ କିଲୋମିଟର ବେଗରେ ଅଗ୍ରସର ହେଉଛି। ଏହା ସମାନ ଅଞ୍ଚଳରେ ୧୨.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୨ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ , ପୁଡୁଚେରୀର ପ୍ରାୟ ୨୪୦ କିଲୋମିଟର ପୂର୍ବ, […]

ଭୁବନେଶ୍ବର: ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଚାଉଁ’କୁ ଦୃଷ୍ଟିରେ ରଖି  ଆନ୍ଧ୍ରପ୍ରଦେଶ ତତ -ସଂଲଗ୍ନ ଉତ୍ତର ତାମିଲନାଡୁ- ପୁଡୁଚେରୀ ଉପକୂଳ ପାଇଁ ଅରେଞ୍ଜ ଆଲର୍ଟ ଜାରି  କରାଯାଇଛି। ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଚାଉଁ’  ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ କିଲୋମିଟର ବେଗରେ ଅଗ୍ରସର ହେଉଛି। ଏହା ସମାନ ଅଞ୍ଚଳରେ ୧୨.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୨ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ , ପୁଡୁଚେରୀର ପ୍ରାୟ ୨୪୦ କିଲୋମିଟର ପୂର୍ବ, ଚେନ୍ନାଇର ୨୧୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ନେଲୋରର ୩୩୦ କିଲୋମିଟର ଦକ୍ଷିଣ-ପୂର୍ବ, ବାପାଟଲାର ୪୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ ଠାରୁ ୪୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ଏହା ପରବର୍ତୀ ସମୟରେ ନିଜ ଗତିର ଦିଗ ଉତ୍ତର ପଶ୍ଚିମ ଦିଗରେ ବଜାୟ ରଖିବା ସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ଏହା ପରେ ଉତ୍ତର ଦିଗରେ ଗତିକରିବା ସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ପ୍ରାୟ ସମାନ୍ତରାଳ ଭାବେ ଗତିକରି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଏବଂ ମଛଲିପଟନମ ମଧ୍ୟରେ ୫ ଡିସେମ୍ବର ପୂର୍ବାହ୍ନରେ ଏକ ଭୀଷଣ ବାତ୍ୟା ଭାବେ ସର୍ବାଧିକ ସ୍ଥାୟୀ ପବନ ବେଗ ଘଣ୍ଟା ପ୍ରତି ବେଗ ୯୦ ରୁ ୧୦୦ କିଲୋମିଟର ତଥା ଝଟକା ପବନ ୧୧୦ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

03 Dec 2023 By The Sakala

୫ରେ ଭୀଷଣ ବାତ୍ୟା ରୂପ ନେବ ‘ମିଚାଉଁ’, ଘଣ୍ଟା ପ୍ରତି ୮ କି.ମି ବେଗରେ ହେଉଛି ଅଗ୍ରସର

ଭୁବନେଶ୍ବର: ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଚାଉଁ’କୁ ଦୃଷ୍ଟିରେ ରଖି  ଆନ୍ଧ୍ରପ୍ରଦେଶ ତତ -ସଂଲଗ୍ନ ଉତ୍ତର ତାମିଲନାଡୁ- ପୁଡୁଚେରୀ ଉପକୂଳ ପାଇଁ ଅରେଞ୍ଜ ଆଲର୍ଟ ଜାରି  କରାଯାଇଛି। ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଚାଉଁ’  ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୮ କିଲୋମିଟର ବେଗରେ ଅଗ୍ରସର ହେଉଛି। ଏହା ସମାନ ଅଞ୍ଚଳରେ ୧୨.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୨ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ , ପୁଡୁଚେରୀର ପ୍ରାୟ ୨୪୦ କିଲୋମିଟର ପୂର୍ବ, ଚେନ୍ନାଇର ୨୧୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ନେଲୋରର ୩୩୦ କିଲୋମିଟର ଦକ୍ଷିଣ-ପୂର୍ବ, ବାପାଟଲାର ୪୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ ଠାରୁ ୪୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ଏହା ପରବର୍ତୀ ସମୟରେ ନିଜ ଗତିର ଦିଗ ଉତ୍ତର ପଶ୍ଚିମ ଦିଗରେ ବଜାୟ ରଖିବା ସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି ।

ଏହା ପରେ ଉତ୍ତର ଦିଗରେ ଗତିକରିବା ସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ପ୍ରାୟ ସମାନ୍ତରାଳ ଭାବେ ଗତିକରି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଏବଂ ମଛଲିପଟନମ ମଧ୍ୟରେ ୫ ଡିସେମ୍ବର ପୂର୍ବାହ୍ନରେ ଏକ ଭୀଷଣ ବାତ୍ୟା ଭାବେ ସର୍ବାଧିକ ସ୍ଥାୟୀ ପବନ ବେଗ ଘଣ୍ଟା ପ୍ରତି ବେଗ ୯୦ ରୁ ୧୦୦ କିଲୋମିଟର ତଥା ଝଟକା ପବନ ୧୧୦ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର