କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

Madhusudan Das Picture
Published On

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ସ୍ୱର୍ଣ୍ଣ ଆଭୂଷଣରେ ସଜ୍ଜିତ ହେବା ସହ ରାଜରାଜେଶ୍ୱର ବା ରାଜାଧିରାଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଶ୍ରୀଜୀଉଙ୍କର ଏହି ବେଶ ଦର୍ଶନ କଲେ ଅଶେଷ ପୂର୍ଣ୍ଣ ମିଳିଥାଏ ବୋଲି ବିଶ୍ୱାସ ରହିଥିବାରୁ ଆଜି ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଅଛି । ଜନସମାଗମକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ମୁତୟନ ରହିଛି ।

ଆହୁରି ପଢ଼ନ୍ତୁ: CBIର ମୋଷ୍ଟ ୱାଣ୍ଟେଡ୍ ଦ୍ୱିବେନ୍ଦୁ ମହାରଣା ଭୁବନେଶ୍ୱରରୁ ଗିରଫ, ଦିଲ୍ଲୀରେ ଲୋକଙ୍କୁ କୋଟି କୋଟି ଟଙ୍କା ଠକିଥିବା ଅଭିଯୋଗ

ଶ୍ରୀମନ୍ଦିର ଦ୍ୱାର  ଫିଟିବା ପରେ ମଙ୍ଗଳଆଳତି, ମଇଲମ, ଅବକାଶ ଆଦି ନୀତି କରାଯାଇ ମହାପ୍ରଭୁଙ୍କ ସୁନାବେଶ ସମ୍ପନ୍ନ କରାଯାଇଅଛି । ବିବିଧ ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ହରିଡ଼ା ମାଳି, ବାହାଡା ମାଳି, ଶ୍ରୀପୟର, ଶ୍ରୀଭୁଜ, କିରିଟ, କୁଣ୍ଡଳ, ଘାଗଡା ମାଳି, ବାଘ ନଖ ମାଳି, ଆଦି ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ସାଆନ୍ତେଙ୍କ ଦୁର୍ଲଭ ଦର୍ଶନ କରି କୃତାର୍ଥ ହେଉଛନ୍ତି ଭକ୍ତ ।

ଆହୁରି ପଢ଼ନ୍ତୁ: ବର୍ଷା ପାଇଁ ରଦ୍ଦ ହେଲା ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-୨୦

ଅନ୍ୟପଟେ ଆଜି ଧର୍ମମାସ କାର୍ତ୍ତିକର ଶେଷ ଦିନ । ଆଜିର ଦିନରେ ବୋଇତ ବନ୍ଦାଣ ପରମ୍ପରା ରହିଛି । ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି ।

ଆହୁରି ପଢ଼ନ୍ତୁ: ମୁମ୍ବାଇ ଷ୍ଟୁଡିଓରେ ୧୭ ପିଲାଙ୍କୁ ବନ୍ଧକ ରଖିଥିବା ଅଭିଯୁକ୍ତ ପୋଲିସ ଗୁଳିରେ ମୃତ, ସମସ୍ତ ପିଲା ସୁରକ୍ଷିତ ଉଦ୍ଧାର

Join Us @ WhatsApp

About The Author

Google News
Join Us @ WhatsApp