ମହାନ ଜନନାୟକ ବିଜୁବାବୁଙ୍କ ୧୦୫ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଜୟନ୍ତୀ । ଏହି ପୂଣ୍ୟ ତିଥିରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଡକ ପରିବହନମନ୍ତ୍ରୀ ନୀତିନ୍‌ ଗଡକାରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି, ରାଜନେତା ଓ ବୁଦ୍ଧିଜୀବୀ। Tributes to the #TallMan late Shri #BijuPatnaik on his 105 th birth anniversary. My SandArt at Puri beach in Odisha. […]

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଜୟନ୍ତୀ । ଏହି ପୂଣ୍ୟ ତିଥିରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଡକ ପରିବହନମନ୍ତ୍ରୀ ନୀତିନ୍‌ ଗଡକାରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି, ରାଜନେତା ଓ ବୁଦ୍ଧିଜୀବୀ।


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ବିଟ୍‌ କରି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ବିଟରେ ଲେଖିଛନ୍ତି ‘ ବିଜୁ ବାବୁଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି, ଭାରତ ପାଇଁ ତାଙ୍କର ଭବିଷ୍ୟତ ଦୃଷ୍ଟିକୋଣ, ମାନବ ସଶକ୍ତିକରଣ ତଥା ସାମାଜିକ ନ୍ୟାୟ ଉପରେ ଗୁରୁତ୍ୱ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଏ , ଓଡିଶାର ଅଗ୍ରଗତି ପାଇଁ ତାଙ୍କ ଉଦ୍ୟମ ପାଇଁ ଦେଶ ଗର୍ବିତ‘।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟ୍ବିଟ ଲେଖିଛନ୍ତି ‘ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ଜୟନ୍ତୀରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବା ସହ ଲୋକଙ୍କ ସେବାରେ ସେ ନିଜ ଜୀବନ ଉତ୍ସର୍ଗ କରିଥିଲେ । ତାଙ୍କ ଓଡ଼ିଆ ସ୍ଵାଭିମାନ ଓ ନୀତି ଆଦର୍ଶକୁ ପାଥେୟ କରି ନୂଆ ଓଡ଼ିଶା ଗଠନ ଦିଗରେ ଆମେ ସଙ୍କଳ୍ପବଦ୍ଧ‘ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।


କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକାରୀ ମଧ୍ୟ ବିଜୁ ବାବୁଙ୍କ ୧୦୫ ତମ ଜନ୍ମ ଜୟନ୍ତୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ନୀତିନ ଗଡକାରୀ ଟ୍ବିଟ୍ କରି ଲେଖିଛନ୍ତି ‘ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ।

About The Author: The Sakala