‘୨୩ରେ ବାତ୍ୟା, ୨୪ରେ କରିବ ଲ୍ୟାଣ୍ଡଫଲ’ ! ସ୍ପଷ୍ଟ କଲା ଆଇଏମଡି

The Sakala Picture
Published On

ନୂଆଦିଲ୍ଲୀ: ଆସୁଛି ବାତ୍ୟା । ସ୍ପଷ୍ଟ କଲା ଆଇଏମଡି । ‘୨୩ରେ ବାତ୍ୟା, ୨୪ରେ କରିବ ଲ୍ୟାଣ୍ଡଫଲ’ । ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା । ଏନେଇ IMD ପକ୍ଷରୁ ଜାରି ହେଲା ସୂଚନା । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ । ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ । ସମ୍ଭାବ୍ୟ ବାତ୍ୟାକୁ ନେଇ […]

ନୂଆଦିଲ୍ଲୀ: ଆସୁଛି ବାତ୍ୟା । ସ୍ପଷ୍ଟ କଲା ଆଇଏମଡି । ‘୨୩ରେ ବାତ୍ୟା, ୨୪ରେ କରିବ ଲ୍ୟାଣ୍ଡଫଲ’ । ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା । ଏନେଇ IMD ପକ୍ଷରୁ ଜାରି ହେଲା ସୂଚନା । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ । ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର। ବଙ୍ଗୋପାସାଗରରେ ଦାନା ବାନ୍ଧୁଛି ସାଇକ୍ଲୋନ। ଆଣ୍ଡାମାନ ସାଗରରେ ବର୍ତ୍ତମାନ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ୨୪ ଘଂଟାରେ ବଙ୍ଗୋସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ। ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ଆଣ୍ଡାମାନ ସାଗର। ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡିର ଆକଳନ ଅନୁଯାୟୀ ୨୩ ତାରିଖରେ ହେବ ବାତ୍ୟା, ୨୪ ସକାଳେ ଏହା ଲ୍ୟାଣ୍ଡଫଲ କରିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛିି। ୨୨ ତାରିଖ ସକାଳ ସୁଦ୍ଧା ଏହା ଅବପାତର ରୂପ ନେବ, ୨୩ ତାରିଖରେ ଏହା ବାତ୍ୟାର ରୂପ ନେବା ନେଇ ଭାରତୀୟ ପାଣିପାଗ ପକ୍ଷରୁ ସୂଚନା ମିଳିଛି। ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ଗତି ଓ ସ୍ଥିତିକୁ ଦୃଷ୍ଟିରେ ରଖି ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ସେନେଇ ଚିତ୍ର ସ୍ପଷ୍ଟ ହେବ ବୋଲି ବିଭିନ୍ନ ପାଣିପାଗ ମଡେଲ ପକ୍ଷରୁ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୩ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ ତାରିଖ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । ୨୨ରୁ ସମୁଦ୍ର ଅଶାନ୍ତ ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସୁଦ୍ଧା ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ବାତ୍ୟା ସମୟରେ ପ୍ରବଳ ବର୍ଷା ସହ ପବନର ବେଗ ୧୦୦ ରୁ ୧୨୦ କି.ମି ଭିତରେ ରହିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର