ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ଡରାଇବା ଆରମ୍ଭ କଲାଣା କରୋନା । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ ଦୁଇ ଦିନରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋଭିଡର ନୂଆ ଭାରିଆଣ୍ଟ ଜେଏନ.୧ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି […]

ଭୁବନେଶ୍ୱର: ଡରାଇବା ଆରମ୍ଭ କଲାଣା କରୋନା । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ ଦୁଇ ଦିନରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋଭିଡର ନୂଆ ଭାରିଆଣ୍ଟ ଜେଏନ.୧ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ସେପଟେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ସତର୍କତା ପଦକ୍ଷେପ ସ୍ୱରୂପ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏଭଳି ବ୍ୟକ୍ତି ଜନଗହଳି ସ୍ଥାନକୁ ନଯିବା ଏବଂ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

ଅନ୍ୟପକ୍ଷରେ, ଦେଶରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ପାର୍ କରିଛି। କେରଳ, କର୍ଣ୍ଣାଟକ ପାଲଟିଛି ହଟସ୍ପଟ । କର୍ଣ୍ଣାଟକରେ ଜେଏନ.୧ ଭାରିଆଣ୍ଟ ସଂକ୍ରମଣ ବଢୁଛି । ରାଜ୍ୟରେ ୩୪ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ କେବଳ ବେଙ୍ଗାଳୁରୁରୁ ଚିହ୍ନଟ ହୋଇଛନ୍ତି ୨୦ । ସେପଟେ ସ୍ଥିତିର ମୁକାବିଲା ଲାଗି ଆଜି ବସିବ କର୍ଣ୍ଣାଟକ ରାଜ୍ୟ କ୍ୟାବିନେଟର ସବକମିଟି ବୈଠକ। ସେପଟେ କୋଭିଡ ଲହର କାଳରେ ଭୟଙ୍କର ସଙ୍କଟର ସମ୍ମୁଖୀନ ହୋଇଥିବା ଦିଲ୍ଲୀରେ ପୁଣି କାୟା ମେଲାଉଛି ଭାଇରସ । ଏପରିକି ଦୈନିକ ୩ରୁ ୪ଜଣ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ମହାରଷ୍ଟ୍ର, ଗୋଆ, କେରଳ, ତାମିଲନାଦୁ ଓ ତେଲଙ୍ଗାନାରେ ବି ଦୈନିକ ସଂକ୍ରମଣ ବଢୁଛି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

26 Dec 2023 By The Sakala

ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି

ଭୁବନେଶ୍ୱର: ଡରାଇବା ଆରମ୍ଭ କଲାଣା କରୋନା । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ ଦୁଇ ଦିନରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋଭିଡର ନୂଆ ଭାରିଆଣ୍ଟ ଜେଏନ.୧ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ସେପଟେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ସତର୍କତା ପଦକ୍ଷେପ ସ୍ୱରୂପ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏଭଳି ବ୍ୟକ୍ତି ଜନଗହଳି ସ୍ଥାନକୁ ନଯିବା ଏବଂ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ କୁହାଯାଇଛି ।

ଅନ୍ୟପକ୍ଷରେ, ଦେଶରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ପାର୍ କରିଛି। କେରଳ, କର୍ଣ୍ଣାଟକ ପାଲଟିଛି ହଟସ୍ପଟ । କର୍ଣ୍ଣାଟକରେ ଜେଏନ.୧ ଭାରିଆଣ୍ଟ ସଂକ୍ରମଣ ବଢୁଛି । ରାଜ୍ୟରେ ୩୪ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ କେବଳ ବେଙ୍ଗାଳୁରୁରୁ ଚିହ୍ନଟ ହୋଇଛନ୍ତି ୨୦ । ସେପଟେ ସ୍ଥିତିର ମୁକାବିଲା ଲାଗି ଆଜି ବସିବ କର୍ଣ୍ଣାଟକ ରାଜ୍ୟ କ୍ୟାବିନେଟର ସବକମିଟି ବୈଠକ। ସେପଟେ କୋଭିଡ ଲହର କାଳରେ ଭୟଙ୍କର ସଙ୍କଟର ସମ୍ମୁଖୀନ ହୋଇଥିବା ଦିଲ୍ଲୀରେ ପୁଣି କାୟା ମେଲାଉଛି ଭାଇରସ । ଏପରିକି ଦୈନିକ ୩ରୁ ୪ଜଣ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ମହାରଷ୍ଟ୍ର, ଗୋଆ, କେରଳ, ତାମିଲନାଦୁ ଓ ତେଲଙ୍ଗାନାରେ ବି ଦୈନିକ ସଂକ୍ରମଣ ବଢୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର