ଦୁର୍ବଳ ହେଲା ଲଘୁଚାପ; ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ପୁଣି ବଢ଼଼ିବ ବର୍ଷା

The Sakala Picture
Published On

ଭୁବନେଶ୍ବର: ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ଯାଏଁ ରାଜ୍ୟର କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଗତ ୨୪ […]

ଭୁବନେଶ୍ବର: ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ଯାଏଁ ରାଜ୍ୟର କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଛୁଟିକୁ ନେଇ ଆଜି ଆସିପାରେ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ରାଜ୍ୟରେ ୨୨.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୧.୮ ମିମି ତୁଳନାରେ ୯୨% ଅଧିକ । ଭୀଷଣ ବର୍ଷାରେ ଭରଣା ହେଲା ନିଅଣ୍ଟିଆ ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ଗତ ୨୪ଘଣ୍ଟାରେ ଅନୁଭୂତ ବର୍ଷାରେ ୩% ନିଅଣ୍ଟିଆ ଭରଣ । ଗତ ୪୮ ଘଣ୍ଟାରେ ଅନୁଭୂତ ବର୍ଷା ପ୍ରଭାବରେ ରାଜ୍ୟରେ ୮% ନିଅଣ୍ଟିଆ ଭରଣ ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୩୮୨.୮ ମିମି ତୁଳନାରେ ୨୦% କମ୍‌ ।

ଆହୁରି ପଢ଼ନ୍ତୁ: ଘର କବାଟ ଭାଙ୍ଗି ଆଲମିରାରୁ ୮ ଭରି ସୁନା ସମେତ ନଗଦ ୩ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

17 Jul 2023 By The Sakala

ଦୁର୍ବଳ ହେଲା ଲଘୁଚାପ; ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ପୁଣି ବଢ଼଼ିବ ବର୍ଷା

ଭୁବନେଶ୍ବର: ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ଯାଏଁ ରାଜ୍ୟର କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ରାଜ୍ୟରେ ୨୨.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୧.୮ ମିମି ତୁଳନାରେ ୯୨% ଅଧିକ । ଭୀଷଣ ବର୍ଷାରେ ଭରଣା ହେଲା ନିଅଣ୍ଟିଆ ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ଗତ ୨୪ଘଣ୍ଟାରେ ଅନୁଭୂତ ବର୍ଷାରେ ୩% ନିଅଣ୍ଟିଆ ଭରଣ । ଗତ ୪୮ ଘଣ୍ଟାରେ ଅନୁଭୂତ ବର୍ଷା ପ୍ରଭାବରେ ରାଜ୍ୟରେ ୮% ନିଅଣ୍ଟିଆ ଭରଣ ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୩୮୨.୮ ମିମି ତୁଳନାରେ ୨୦% କମ୍‌ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର