ମନୋରଞ୍ଜନ
ଓଡ଼ିଶା
ବାତ୍ୟା 'ଅର୍ଣ୍ଣବ'ର ପ୍ରଭାବ କମି ନ ଥିଲା ବେଳେ ଆସୁଛି ପୁଣି ଏକ ଲଘୁଚାପ !
ଭୁବନେଶ୍ୱର: ପୁଣି ଆସୁଛି ଆଉଏକ ଲଘୁଚାପ। ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗର ସୂଚନା । ବାତ୍ୟା 'ଅର୍ଣ୍ଣବ'ର ପ୍ରଭାବ କମି ନ ଥିଲା ବେଳେ ଆସୁଛି ପୁଣି ଏକ ଲଘୁଚାପ । ଆସନ୍ତାକାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତରୁ ଏହା ୫.୮ କିଲୋମିଟର ଯାଏଁ ବ୍ୟାପିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ତେବେ ପରବର୍ତ୍ତୀ ସ୍ଥିତି ନେଇ ଏଯାଏଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ ହୋଇନି।






