୨୪ରେ ଆଉ ଏକ ଲଘୁଚାପ ସମ୍ଭାବନା; ରାଜ୍ୟରେ ମାସ ଶେଷ ଯାଏ ଲାଗି ରହିବ ବର୍ଷା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବର୍ତ୍ତମାନ ଗୋଟିଏ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିଥିବା ବେଳେ ଆଗକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ମହାନଦୀ ଓ ଦକ୍ଷିଣ ଓଡ଼ିଶାର ଅନେକ ନଦୀ ଫୁଲିବାର ଆଶଙ୍କା […]

ଭୁବନେଶ୍ୱର: ରାଜ୍ୟରେ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବର୍ତ୍ତମାନ ଗୋଟିଏ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିଥିବା ବେଳେ ଆଗକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ମହାନଦୀ ଓ ଦକ୍ଷିଣ ଓଡ଼ିଶାର ଅନେକ ନଦୀ ଫୁଲିବାର ଆଶଙ୍କା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ କାଲିର ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ଥିବା ବେଳେ ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ଶନିବାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଦେବଗଡ଼ ଓ ବୌଦ୍ଧରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଆସନ୍ତା ୨୪ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ୨୫ରୁ ପୁଣି ବର୍ଷାର ପ୍ରକୋପ ବଢ଼ିବ ବୋଲି କେନ୍ଦ୍ର କହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ୨୫ରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାପ୍ରଭାବରେ ୨୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇ ୨୭ରେ ଘନୀଭୂତ ହୋଇ ଏହା ଏକ ଅବପାତରେ ପରିଣତ ହେବ। ୨୬ ତାରିଖରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣରେ ଲଘୁଚାପ ବର୍ଷା ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର