ଆସନ୍ତା ୧୮ ରେ ଆସୁଛି ଆଉ ଏକ ଲଘୁଚାପ, ପ୍ରଭାବରେ ଉତ୍ତର ଓଡ଼ିଶାରେ ପୁଣି ଢ଼ାଳିବ ବର୍ଷା

The Sakala Picture
Published On

ଭୁବନେଶ୍ୱର: ଗତ ଲଘୁଚାପ ବର୍ଷାରେ ଓଡିଶାର ଅଧିକାଂଶ ଜିଲ୍ଲା ଜଳମଗ୍ନ ହେବା ପରେ ପୁଣି ଆସନ୍ତା ୧୮ ରେ ଆସୁଛି ଆଉ ଏକ ଲଘୁଚାପ । ତେବେ ଏହି ଲଘୁଚାପର ପ୍ରଭାବ କେତେ ରହିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ୧୮ ତାରିଖ ବେଳକୁ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି […]

ଭୁବନେଶ୍ୱର: ଗତ ଲଘୁଚାପ ବର୍ଷାରେ ଓଡିଶାର ଅଧିକାଂଶ ଜିଲ୍ଲା ଜଳମଗ୍ନ ହେବା ପରେ ପୁଣି ଆସନ୍ତା ୧୮ ରେ ଆସୁଛି ଆଉ ଏକ ଲଘୁଚାପ । ତେବେ ଏହି ଲଘୁଚାପର ପ୍ରଭାବ କେତେ ରହିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ୧୮ ତାରିଖ ବେଳକୁ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଓଡ଼ିଶାର ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ମାଲକାନଗିରି, କୋରାପୁଟରେ ମଧ୍ୟ ବର୍ଷିବ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ପାଣିପାଗ ବିଭାଗ ଅନୁସାରେ, ଆସନ୍ତା ଦୁଇଦିନ ରାଜ୍ୟର ଅଳ୍ପ କେତେକ ଜାଗାରେ ବର୍ଷା ହୋଇପାରେ । ୧୮ରୁ ପୁଣି ବର୍ଷା ବଢ଼ିପାରେ । ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୯ରେ ରାଜ୍ୟର ଅଧିକାଂଶ ଜାଗାରେ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨୦ରୁ ୨୨ ଯାଏ କେତେକ ଜାଗାରେ ପ୍ରବଳ ବର୍ଷା ହେବ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ମୌସୁମୀ ସକ୍ରିୟ ରହିଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୧୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୮ ତାରିଖରେ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱରରେ ଏବଂ ୧୯ରେ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଏତେ ବର୍ଷା ସ‌ତ୍ତ୍ୱେ ବର୍ତମାନ ସୁଦ୍ଧା ୯ ଜିଲ୍ଲାରେ ମୌସୁମୀ ବର୍ଷା ନିଅଣ୍ଟିଆ ରହିଛି। ଜଗତ୍‌ସିଂହପୁର ଓ ପୁରୀ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ବାକି ୧୯ ଜିଲ୍ଲାରେ ସ୍ୱାଭାବିକ ହୋଇଛି। ସେପ୍ଟେମ୍ବରରେ ମୋଟ ୨୭୧.୪ ମିମି ବର୍ଷା ହୋଇଛି, ଯାହାକି ସ୍ୱାଭାବିକ ବର୍ଷା ୧୩୨.୯ ମିମିଠାରୁ ଅଧିକ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର