ମୌସୁମୀ ସକ୍ରିୟ; ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୨୫ରେ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଶନିବାରଠାରୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ଆସିପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି। ସକ୍ରିୟ ମୌସୁମୀ ଏବଂ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ହାରାହାରି […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଶନିବାରଠାରୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ଆସିପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ସକ୍ରିୟ ମୌସୁମୀ ଏବଂ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ହାରାହାରି ୩୨.୧ ମିମି ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟାରେ ଖୋର୍ଦ୍ଧାରେ ୮୮, ନବରଙ୍ଗପୁରରେ ୮୧, ଯାଜପୁର ୮୨, ପୁରୀ ୭୦, ଭୁବନେଶ୍ୱର ୬୫, ବାଲେଶ୍ୱର ୪୬, ଚାନ୍ଦବାଲି ୪୦, କୋରାପୁଟ ୫୦, ତାଳଚେର ୯୫, ଟିଟିଲାଗଡ଼, ଦାରିଙ୍ଗବାଡ଼ି ୬୦ ଓ ଫୁଲବାଣୀରେ ୫୪ ମିମି ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର-ଓଡ଼ିଶା ତତସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା -ଉତ୍ତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶନିବାର ସକାଳରୁ ରବିବାର ସକାଳ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ଶୁକ୍ରବାର ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ, ପୂର୍ବଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେହରି, ରାଞ୍ଚି ମଧ୍ୟଦେଇ ଓଡ଼ିଶାର ବାଲେଶ୍ୱରରୁ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର-ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏଁ ଲମ୍ୱିଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ଏହାଦ୍ୱାରା ବର୍ଷାର ପ୍ରକୋପ ବଢ଼଼ିବା ନେଇ ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର