ଆସନ୍ତା ୯ରେ ହେବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି, ଚାବିରେ ନ ଖୋଲିଲେ ଭଙ୍ଗାଯିବ ତାଲା: ଜଷ୍ଟିସ ବିଶ୍ବନାଥ ରଥ

ପୁରୀ: କେବେ ରତ୍ନଭଣ୍ଡାର ଖୋଲାଯିବ ଆସନ୍ତା ୯ ତାରିଖରେ ନିଷ୍ପତ୍ତି ନିଆଯିବ। ଆଜିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ। । ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି ବୋଲି ଜଷ୍ଟିସ ରଥ କହିଛନ୍ତି। ୯ ତାରିଖ ବୈଠକରେ ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ। ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗରେ ଚାବି ଉପସ୍ଥାପନ କରିବେ ମୁଖ୍ୟ ପ୍ରଶାସକ। ଚାବି ଉପସ୍ଥାପନ ହେଲା ପରେ କେବେ […]

ପୁରୀ: କେବେ ରତ୍ନଭଣ୍ଡାର ଖୋଲାଯିବ ଆସନ୍ତା ୯ ତାରିଖରେ ନିଷ୍ପତ୍ତି ନିଆଯିବ। ଆଜିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ। । ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି ବୋଲି ଜଷ୍ଟିସ ରଥ କହିଛନ୍ତି।

୯ ତାରିଖ ବୈଠକରେ ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ। ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗରେ ଚାବି ଉପସ୍ଥାପନ କରିବେ ମୁଖ୍ୟ ପ୍ରଶାସକ। ଚାବି ଉପସ୍ଥାପନ ହେଲା ପରେ କେବେ ଖୋଲାଯିବ ସେହିଦିନ ନିଷ୍ପତ୍ତି ନିଆଯିବ। ଡୁପ୍ଲିକେଟ୍ ଚାବି ଟ୍ରେଜେରିରେ ରହିଛି। ଦୁଇ ଦଶନ୍ଧି ହେଲାଣି, ତାଲା ଖୋଲାଯାଇନାହିଁ। ଏଣୁ ଯଦି ଉକ୍ତ ଚାବିରେ ରତ୍ନଭଣ୍ଡାର ଖୋଲିବ ନାହିଁ, ତେବେ ତାଲା ଭଙ୍ଗାଯିବ। ତାଲା କିଭଳି ଭଙ୍ଗାଯିବ ସେନେଇ ଏସ୍‌ଓପି ପ୍ରସ୍ତୁତ କରାଯିବ। ପ୍ରସ୍ତୁତ ଏସ୍‌ଓପି ସରକାରଙ୍କଠାରେ ଉପସ୍ଥାପନ କରାଯିବ ବୋଲି ଜଷ୍ଟିସ୍ ବିଶ୍ବନାଥ ରଥ କହିଛନ୍ତି।

ପ୍ରଥମ କାମ ଭାବେ ରତ୍ନଭଣ୍ଡାରର ମରାମତି କରାଯିବ। ଏହାପରେ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ମଣତି ଗଣତି କରାଯିବ। କିନ୍ତୁ ମରାମତି କାମ ପାଇଁ ଆବଶ୍ୟକ ପଡ଼ିଲେ ସୁନା ଅଳଙ୍କାରକୁ କେଉଁଠାରେ ସୁରକ୍ଷିତ ରଖାଯିବ ତାହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ତେବେ ମଣତି ଗଣତି ପାଇଁ ଜଣେ ଦକ୍ଷ ବଣିଆଙ୍କୁ ଅଣାଯିବ ଯିଏକି ଅଳଙ୍କାରଗୁଡ଼ିକର ସଠିକ ଓଜନ କରିବା ସହ ଅଳଙ୍କାର ଗୁଡ଼ିକର ଚରିତ୍ର ନିର୍ଦ୍ଧାରଣ କରିପାରିବେ।

ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ନବଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର କାର୍ୟ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ନୂଆ କମିଟିର ସଦସ୍ୟ ଡା. ସି ବି କେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ପ୍ରକାଶ ମିଶ୍ର, ହରିହର ହୋତା, ଗଜପତି ମହାରାଜାଙ୍କ ପ୍ରତିନିଧି, ଏଏସ୍‌ଆଇ ପ୍ରତିନିଧି, ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦଲି, ପୁରୀ ଜିଲ୍ଲାପାଳ ସଦସ୍ୟ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆବାହକ ପ୍ରମୁଖ ଉପସ୍ଥିତ ରହିଥିଲେ। କେବଳ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବିଦେଶରେ ଥିବା କାରଣରୁ ବୈଠକରେ ଅନୁପସ୍ଥିତ ଥିଲେ।

About The Author: The Sakala