ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ନବୀନଙ୍କ ଶୋକ ପ୍ରକାଶ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ, ଅଭିଜ୍ଞ ପ୍ରଶାସକ ଥିଲେ ଓ ଲୋକପ୍ରିୟ ରାଜନେତା ଥିଲେ । ଓଡିଶା ସରକାରଙ୍କ ମନ୍ତ୍ରୀ ଭାବରେ ସେ ଶିଳ୍ପ, ଉଚ୍ଚଶିକ୍ଷା ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରି ରାଜ୍ୟର […]

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ, ଅଭିଜ୍ଞ ପ୍ରଶାସକ ଥିଲେ ଓ ଲୋକପ୍ରିୟ ରାଜନେତା ଥିଲେ । ଓଡିଶା ସରକାରଙ୍କ ମନ୍ତ୍ରୀ ଭାବରେ ସେ ଶିଳ୍ପ, ଉଚ୍ଚଶିକ୍ଷା ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରି ରାଜ୍ୟର ବିକାଶରେ ଉଲ୍ଲେଖନୀୟ ଯୋଗଦାନ ରଖି ଯାଇଛନ୍ତି । ବିଜୁ ଜନତା ଦଳ ବାଲେଶ୍ୱର ଜିଲ୍ଲା ସଭାପତି ଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟ ଜଣେ ଅଭିଜ୍ଞ ରାଜନେତାଙ୍କୁ ହରାଇଲା ଏବଂ ବିଜୁ ଜନତା ଦଳ ଜଣେ ନିଷ୍ଠାପର ସଂଗଠକକୁ ହରାଇଲା ବୋଲି ନବୀନ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ନବୀନ ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ସୂଚନାଯୋଗ୍ୟ, ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର