ରାଜ୍ୟରେ ଜାରି ରହିଛି ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ପଶ୍ଚିମାବାୟୁ ସ୍ରୋତରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ଯୋଗୁ ବର୍ଷା ଲାଗିରହିଛି। ଏହାସହ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ସହ ଜଡିତ ପଶ୍ଚିମା-ଶୁଷ୍କବାୟୁ ସହ ବଙ୍ଗୋପସାଗର ଅଞ୍ଚଳରୁ ଗୁରୁଚାପ […]

ଭୁବନେଶ୍ବର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ପଶ୍ଚିମାବାୟୁ ସ୍ରୋତରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ଯୋଗୁ ବର୍ଷା ଲାଗିରହିଛି। ଏହାସହ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ସହ ଜଡିତ ପଶ୍ଚିମା-ଶୁଷ୍କବାୟୁ ସହ ବଙ୍ଗୋପସାଗର ଅଞ୍ଚଳରୁ ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟମଧ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରତିକ୍ରିୟାଶୀଳ ପରିସ୍ଥିତି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା, କୁଆପଥର, ଝଡପବନ ତଥା ଭାରିବର୍ଷା ଲାଗିରହିଛି।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଛି। ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ । ସେହିପିର ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି – ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

20 Mar 2024 By The Sakala

ରାଜ୍ୟରେ ଜାରି ରହିଛି ବର୍ଷା: ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର: ଗତକାଲିଠୁ ସାରା ରାଜ୍ୟରେ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଜି ବିଭିନ୍ନ ସ୍ଥାନରେ ଘଡଘଡି ସହ ବିଜୁଳି ଓ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ପଶ୍ଚିମାବାୟୁ ସ୍ରୋତରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ଯୋଗୁ ବର୍ଷା ଲାଗିରହିଛି। ଏହାସହ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ସୃଷ୍ଟିହୋଇଥିବା ନିମ୍ନଚାପ ରେଖା ସହ ଜଡିତ ପଶ୍ଚିମା-ଶୁଷ୍କବାୟୁ ସହ ବଙ୍ଗୋପସାଗର ଅଞ୍ଚଳରୁ ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟମଧ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରତିକ୍ରିୟାଶୀଳ ପରିସ୍ଥିତି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା, କୁଆପଥର, ଝଡପବନ ତଥା ଭାରିବର୍ଷା ଲାଗିରହିଛି।

ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଛି। ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ । ସେହିପିର ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି – ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର