ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ…

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିଛି। ବିଶେଷ ଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ଏଥିରେ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ମୟୂରଭଞ୍ଜର ବାଙ୍ଗିରିପୋଷିରେ ୪୨.୮ ମିମି ରେକର୍ଡ ହୋଇଛି। ଏହାସହ ମୟୂରଭଞ୍ଜର କିଛି ସ୍ଥାନରେ କୁଆପଥର ବର୍ଷାରେ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି। ଆଜି ଠାରୁ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ପବନ ପାଇଁ ଆଞ୍ଚଳିକ ପାଣିପାଗ […]

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିଛି। ବିଶେଷ ଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ଏଥିରେ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ମୟୂରଭଞ୍ଜର ବାଙ୍ଗିରିପୋଷିରେ ୪୨.୮ ମିମି ରେକର୍ଡ ହୋଇଛି। ଏହାସହ ମୟୂରଭଞ୍ଜର କିଛି ସ୍ଥାନରେ କୁଆପଥର ବର୍ଷାରେ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଆଜି ଠାରୁ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ପବନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ବରଗଡ଼, ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନୁରୂପ ଭାବରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୪୦-୫୦ କିମି ରହିବ ନେଇ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

୨୨ ତାରିଖରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୫୦-୬୦ କିମି ରହିବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଅଧିକ ରହିବ। ସେହିପରି ୨୨ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ଅପରାହ୍ନ ବେଳକୁ ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା ହେବ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

୨୩ ତାରିଖ ବେଳକୁ ବର୍ଷାର ପରିଣାଣ ସାମାନ୍ୟ ହ୍ରାସ ପାଇବ। ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୩ ତାରିଖ ଅପରାହ୍ନ ବେଳକୁ ମୟୂରଭଞ୍ଜ, କେନ୍ଦୁଝରଗଡ଼, କଳାହାଣ୍ଡି, କନ୍ଧାମାଳ ସହ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ମଧ୍ୟ ମୁଖ୍ୟତଃ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଆପରାହ୍ନ ସମୟରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ବର୍ଷା ପ୍ରଭାବରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ପରେ ୨୫ ତାରିଖ ପରଠାରୁ ଧିରେ ଧିରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଉଛି।

22 Mar 2025 By The Sakala

ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ…

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିଛି। ବିଶେଷ ଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ଏଥିରେ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ମୟୂରଭଞ୍ଜର ବାଙ୍ଗିରିପୋଷିରେ ୪୨.୮ ମିମି ରେକର୍ଡ ହୋଇଛି। ଏହାସହ ମୟୂରଭଞ୍ଜର କିଛି ସ୍ଥାନରେ କୁଆପଥର ବର୍ଷାରେ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି।

ଆଜି ଠାରୁ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଓ ପବନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ପାଇଁ ବରଗଡ଼, ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଆଦି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅନୁରୂପ ଭାବରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୪୦-୫୦ କିମି ରହିବ ନେଇ ପୂର୍ବାନୁମାନ କରାଯାଇଛି।

୨୨ ତାରିଖରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୫୦-୬୦ କିମି ରହିବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଅଧିକ ରହିବ। ସେହିପରି ୨୨ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ଅପରାହ୍ନ ବେଳକୁ ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା ହେବ।

୨୩ ତାରିଖ ବେଳକୁ ବର୍ଷାର ପରିଣାଣ ସାମାନ୍ୟ ହ୍ରାସ ପାଇବ। ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୩ ତାରିଖ ଅପରାହ୍ନ ବେଳକୁ ମୟୂରଭଞ୍ଜ, କେନ୍ଦୁଝରଗଡ଼, କଳାହାଣ୍ଡି, କନ୍ଧାମାଳ ସହ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ମଧ୍ୟ ମୁଖ୍ୟତଃ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଆପରାହ୍ନ ସମୟରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ବର୍ଷା ପ୍ରଭାବରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ପରେ ୨୫ ତାରିଖ ପରଠାରୁ ଧିରେ ଧିରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର