ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୨୫ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି।  ବିଶେଷକରି ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଏହି ସ୍ଥିତି ଆହୁରି ୩ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ, ବିଜୁଳି ଘଡ଼ଘଡ଼ି ବର୍ଷା ସହ ଅନେକ ସ୍ଥାନରେ ପବନର ବେଗ ୪୦-୫୦ କିମି ରହିବା ଓ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି।  ବିଶେଷକରି ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଏହି ସ୍ଥିତି ଆହୁରି ୩ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି। ଅନ୍ୟପଟେ, ବିଜୁଳି ଘଡ଼ଘଡ଼ି ବର୍ଷା ସହ ଅନେକ ସ୍ଥାନରେ ପବନର ବେଗ ୪୦-୫୦ କିମି ରହିବା ଓ କୁଆପଥର ମାଡ଼ ନେଇ ମଧ୍ୟ ପାଗ ଅନୁକୂଳ ରହିଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ମଧ୍ୟମ ଧରଣର ବର୍ଷାସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୮ ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁର। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଝଡବର୍ଷା ସହ କୁଆପଥର ବୃଷ୍ଟି ନେଇ ଚେତାବନୀ ମଧ୍ଯ ଜାରି ରହିଛି।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ମଧ୍ୟମ ଧରଣର ବର୍ଷାସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଝାରସୁଗୁଡା ଏବଂ ଦେବଗଡ଼କୁ ୟେଲୋ ଆଲର୍ଟ ଜାରି ହୋଇଛି।  ଏହି ସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବଜ୍ରପାତ ସମୟରେ ବାହାରେ ନ ବୁଲିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଜାରି ହୋଇଛି। ଗାଙ୍ଗେଟି ଓ୍ବେଷ୍ଟବେଙ୍ଗଲରୁ ତେଲେଙ୍ଗାନା ପର୍ଯ୍ୟନ୍ତ ନିମ୍ନ ଚାପରେଖା ପ୍ରଭାବରେ ବଜ୍ରପାତ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର