ଜାରି ରହିବ କାଳବୈଶାଖୀ : ଆଜି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର : ଓଡ଼ିଶା ଉପରେ ଗୋଟିଏ ଟ୍ରଫ୍‌-ଲାଇନ୍‌ର ପ୍ରଭାବ ରହୁଛି। ଏହାସହ ରାଜ୍ୟକୁ ବଙ୍ଗୋପସାଗର ପଟୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ସ୍ଥିତି ପାଇଁ ପାଗ ଅନୁକୂଳ ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବର୍ଷା ପବନ ହୋଇଛି। ରାଜଧାନୀ ଭୁବନେଶ୍ୱର ସମେତ କଟକରେ ପ୍ରାୟ ୪୫ ମିନିଟରୁ ଅଧିକ ସମୟ ଧରି ବର୍ଷା ପବନ ଲାଗି ରହିଥିଲା। କାଳବୈଶାଖୀ ପ୍ରଭାବରେ କଟକରେ ସର୍ବାଧିକ ୭୭.୮ମିମି […]

ଭୁବନେଶ୍ୱର : ଓଡ଼ିଶା ଉପରେ ଗୋଟିଏ ଟ୍ରଫ୍‌-ଲାଇନ୍‌ର ପ୍ରଭାବ ରହୁଛି। ଏହାସହ ରାଜ୍ୟକୁ ବଙ୍ଗୋପସାଗର ପଟୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ସ୍ଥିତି ପାଇଁ ପାଗ ଅନୁକୂଳ ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବର୍ଷା ପବନ ହୋଇଛି। ରାଜଧାନୀ ଭୁବନେଶ୍ୱର ସମେତ କଟକରେ ପ୍ରାୟ ୪୫ ମିନିଟରୁ ଅଧିକ ସମୟ ଧରି ବର୍ଷା ପବନ ଲାଗି ରହିଥିଲା। କାଳବୈଶାଖୀ ପ୍ରଭାବରେ କଟକରେ ସର୍ବାଧିକ ୭୭.୮ମିମି ବର୍ଷା ସହ ଭାରୀ ବର୍ଷା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱରରେ ଚନ୍ଦ୍ରଶେଖରପୁର ପଟେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏହାବ୍ୟତୀତ ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ କୁଆପଥର ସହ ଘଣ୍ଟା ପ୍ରତି ପବନର ବେଗ ୩୦-୪୦ କିମି ଅନୁଭୂତ ହୋଇଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ସେପଟେ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। କୁଆପଥର ମାଡ଼ ସହ କିଛିକିଛି ସ୍ଥାନରେ ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ଅଧିକାଂଶ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଏଥି ସହିତ ପ୍ରବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେ ସବୁ ଜିଲ୍ଲା ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ। ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ଅନ୍ୟପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୭ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଜାରି ରହିବ। ଏହି ସମୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ବିଜୁଳି ଘଡ଼ଘଡ଼ି ସହ ପବନ ବହିବାର ସମ୍ଭାବନା ରହିଛି। ୧୬ତାରିଖରେ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମୁଖ୍ୟତଃ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବ ବୋଲି କେନ୍ଦ୍ର କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର