‘ମୋ ସରକାର’ ପ୍ରକୋଷ୍ଠରେ ମିଳିଥିଲା ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

The Sakala Picture
Published On

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ଦ୍ଵାରା ପରିଚାଳିତ ‘ମୋ ସରକାର’ ପ୍ରକୋଷ୍ଠରେ କେତେକ କର୍ମଚାରୀମାନଙ୍କ ବିରୁଦ୍ଧରେ ଅଭିଯୋଗ ହସ୍ତଗତ ହୋଇଥିଲା । ଉକ୍ତ ଅଭିଯୋଗଗୁଡ଼ିକୁ ଅନୁଧ୍ୟାନ କଲା ପରେ ଜଣାପଡ଼ିଲା ଯେ ଏଗୁଡ଼ିକ ମୁଖ୍ୟତଃ ଶିକ୍ଷକମାନଙ୍କର ପେନ୍‌ସନ୍, ଅବସରକାଳୀନ ପ୍ରାପ୍ୟ ଓ ସରକାରୀ କାର୍ଯ୍ୟରେ ଅବହେଳା ସମ୍ବନ୍ଧୀୟ ଅଟେ । ଉକ୍ତ ଅଭିଯୋଗ ଆଧାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଭାଗୀୟ ଅଧିକାରୀଙ୍କୁ ସଂପୃକ୍ତ ଜିଲ୍ଲା କାର୍ଯ୍ୟାଳୟ (ଭଦ୍ରକ, କଳାହାଣ୍ଡି ଓ ଯାଜପୁର)ଗୁଡ଼ିକୁ […]

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ଦ୍ଵାରା ପରିଚାଳିତ ‘ମୋ ସରକାର’ ପ୍ରକୋଷ୍ଠରେ କେତେକ କର୍ମଚାରୀମାନଙ୍କ ବିରୁଦ୍ଧରେ ଅଭିଯୋଗ ହସ୍ତଗତ ହୋଇଥିଲା । ଉକ୍ତ ଅଭିଯୋଗଗୁଡ଼ିକୁ ଅନୁଧ୍ୟାନ କଲା ପରେ ଜଣାପଡ଼ିଲା ଯେ ଏଗୁଡ଼ିକ ମୁଖ୍ୟତଃ ଶିକ୍ଷକମାନଙ୍କର ପେନ୍‌ସନ୍, ଅବସରକାଳୀନ ପ୍ରାପ୍ୟ ଓ ସରକାରୀ କାର୍ଯ୍ୟରେ ଅବହେଳା ସମ୍ବନ୍ଧୀୟ ଅଟେ ।

ଆହୁରି ପଢ଼ନ୍ତୁ: ଶୋଇଥିବା ବେଳେ ସାପ କାମୁଡ଼ାରେ କକା ଓ ପୁତୁରାଙ୍କ ମୃତ୍ୟୁ, ଅନ୍ୟ ଜଣେ ଗୁରୁତର

ଉକ୍ତ ଅଭିଯୋଗ ଆଧାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଭାଗୀୟ ଅଧିକାରୀଙ୍କୁ ସଂପୃକ୍ତ ଜିଲ୍ଲା କାର୍ଯ୍ୟାଳୟ (ଭଦ୍ରକ, କଳାହାଣ୍ଡି ଓ ଯାଜପୁର)ଗୁଡ଼ିକୁ ତଦନ୍ତ ନିମନ୍ତେ ପଠାଯାଇଥିଲା । ତଦନ୍ତରୁ ଜଣାପଡ଼ିଲା ଯେ ଅଭିଯୋଗଗୁଡ଼ିକର ସତ୍ୟତା ରହିଅଛି । ଉକ୍ତ ତଦନ୍ତ ରିପୋର୍ଟ ଆଧାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସଂପୃକ୍ତ ବିଭାଗୀୟ ନିର୍ଦ୍ଦେଶକମାନଙ୍କୁ ଏହି କର୍ମଚାରୀମାନଙ୍କ ବିରୁଦ୍ଧରେ ନିୟମାନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ରାଉରକେଲାର ସିଲାକୁଟା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଅସ୍ତ୍ରଶସ୍ତ୍ର ଭଣ୍ଡାର ଠାବ: ବିପୁଳ ପରିମାଣର ବିସ୍ଫୋରକ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର