ORHDC ଦୁର୍ନୀତି ମାମଲା: ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା। OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ। ମୋକିମଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ମୋକିମ। OHRDC ଋଣ ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ […]

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା। OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ। ମୋକିମଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ମୋକିମ। OHRDC ଋଣ ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ।

ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ବର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟା ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମହମ୍ମଦ ମୋକିମ । ପୂର୍ବରୁ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମଙ୍କୁ ଜାମିନ ପ୍ରଦାନ କରିଥିଲେ। ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ। ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ବର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

ସୂଚନା ଅନୁଯାୟୀ, OHRDC ମାମଲାରେ ମୋକିମଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ବର ଭିଜିଲାନ୍ସ କୋର୍ଟ। ଏହି ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ।

About The Author: The Sakala