ପ୍ରଭାତ ବିଶ୍ୱାଳଙ୍କୁ ହାଇକୋର୍ଟ ଝଟକା: ଚିଟଫଣ୍ଡ ମାମଲା ରଦ୍ଦ ଆବେଦନ ଖାରଜ, ୬ ମାସ ମଧ୍ୟରେ ବିଚାର ସାରିବାକୁ ନିର୍ଦ୍ଦେଶ

Madhusudan Das Picture
Published On

କଟକ: ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କୁ ହାଇକୋର୍ଟ ଝଟକା । ବହୁଚର୍ଚ୍ଚିତ ସିସୋର ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ଫସିଥିବା ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କୁ ଓଡ଼ିଶା ହାଇକୋର୍ଟରେ ଏକ ବଡ଼ ଝଟକା ଲାଗିଛି। ତାଙ୍କ ବିରୋଧରେ ସିବିଆଇ (CBI) ଦ୍ୱାରା ରୁଜୁ ହୋଇଥିବା ମାମଲାକୁ ରଦ୍ଦ କରିବା ପାଇଁ ସେ କରିଥିବା ଆବେଦନକୁ କୋର୍ଟ ଆଜି ଖାରଜ କରିଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ହାଇକୋର୍ଟ ଏହି ମାମଲାକୁ ବାତିଲ କରିବାକୁ ମନା କରିଦେବା ସହ ବିଚାର ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ବିଚାର ସମ୍ପୂର୍ଣ୍ଣ କରିବାକୁ ସ୍ୱତନ୍ତ୍ର ସିବିଆଇ କୋର୍ଟଙ୍କୁ କୁହାଯାଇଛି। କୌଣସି ଅନାବଶ୍ୟକ ବିଳମ୍ବ ନ କରିବାକୁ ଏବଂ ବାରମ୍ବାର ଶୁଣାଣି ତାରିଖ ନ ଘୁଞ୍ଚାଇବାକୁ ହାଇକୋର୍ଟ କଡ଼ା ତାଗିଦ୍ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ସୂଚନାଯୋଗ୍ୟ ଯେ, ପୂର୍ବରୁ ମଧ୍ୟ ପ୍ରଭାତ ବିଶ୍ୱାଳ ସମାନ ପ୍ରସଙ୍ଗରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେହି ସମୟରେ ବିଚାର ପ୍ରକ୍ରିୟା ଗୋଟିଏ ବର୍ଷ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସେହି ସମୟସୀମା ପାର୍ ହୋଇ ଦୁଇ ବର୍ଷ ବିତିଯାଇଥିଲେ ସୁଦ୍ଧା ମାମଲାର ବିଚାର ଏବେ ବି ଅସମ୍ପୂର୍ଣ୍ଣ ରହିଛି। 

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର