ପୂର୍ବତନ ଡିଜିପି ୱାଇ.ବି. ଖୁରାନିଆଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ, କାରଣ ଦର୍ଶାଅ ନୋଟିସ୍‌ ଜାରି କଲେ ହାଇକୋର୍ଟ

Madhusudan Das Picture
Published On

କଟକ: ଓଡ଼ିଶା ହାଇକୋର୍ଟ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଗତ ୨୦୨୫ ମସିହା ସେପ୍ଟେମ୍ବର ୨୫ ତାରିଖରେ କୋର୍ଟ ଦେଇଥିବା ନିର୍ଦ୍ଦେଶର ଉଲ୍ଲଂଘନ ଅଭିଯୋଗରେ ତାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ ହେବା ସହ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଏହି ମାମଲା ଆବେଦନକାରୀ ସାଗରିକା ପରିଡ଼ାଙ୍କ ସହ ଜଡିତ ଅଟେ। ତାଙ୍କୁ ୪ ସପ୍ତାହ ମଧ୍ୟରେ ପୁନଃ ଚାକିରିରେ ଅବସ୍ଥାପିତ କରିବା ପାଇଁ ହାଇକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ଖଣ୍ଡପୀଠ ପୁନର୍ବାର ସ୍ପଷ୍ଟ କରିଛନ୍ତି ଯେ ବିନା ବିଳମ୍ବରେ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ପଡ଼ିବ। ବାରମ୍ବାର ସୁଯୋଗ ଦିଆଯିବା ସତ୍ତ୍ୱେ କୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ ନକରିବା ଏବଂ ବିଭ୍ରାନ୍ତିକର ସତ୍ୟପାଠ ଦାଖଲ କରାଯାଇଥିବା ନେଇ କୋର୍ଟ ତୀବ୍ର କ୍ଷୋଭ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ସମେତ ଦେଶର ୧୭ ରାଜ୍ୟରେ ପ୍ରବଳ ବର୍ଷା ଆଲର୍ଟ: ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଗତ ଅଗଷ୍ଟ ୧୬ ତାରିଖରେ ଅବସର ଗ୍ରହଣ କରିଥିବା ଖୁରାନିଆଙ୍କ ବିରୋଧରେ ଅଦାଲତ ଅବମାନନା ଆଇନର ଧାରା ୧୨ ଅନୁଯାୟୀ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ, ସେ ନେଇ ତାଙ୍କୁ ଜବାବ ମାଗିଛନ୍ତି ହାଇକୋର୍ଟ। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଅବସର ଗ୍ରହଣ କରିବା ଅଦାଲତ ଅବମାନନା ମାମଲାରୁ ବର୍ତ୍ତିବା ପାଇଁ କୌଣସି ଆଧାର ନୁହେଁ। ଆଇଜି (କର୍ମଚାରୀ)ଙ୍କ ଦ୍ୱାରା ଏହି ନୋଟିସ ପ୍ରଦାନ କରାଯିବ ଏବଂ ଖୁରାନିଆଙ୍କୁ ୭ ଦିନ ମଧ୍ୟରେ ନିଜର ଉତ୍ତର ରଖିବାକୁ ପଡିବ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା; ଭାଇ-ଭଉଣୀଙ୍କ ମଧ୍ୟରେ ଥିବା ଅତୁଟ ପ୍ରେମ ଓ ସୁରକ୍ଷାର ପବିତ୍ର ପର୍ବ

ଯଦି କୋର୍ଟଙ୍କ ନିର୍ଦ୍ଦେଶକୁ ତୁରନ୍ତ ପାଳନ କରାଗଲା ନାହିଁ, ତେବେ ବର୍ତ୍ତମାନର ଡିଜିପି ଏବଂ ଆଇଜି (କର୍ମଚାରୀ)ଙ୍କୁ ଆସନ୍ତା ସେପ୍ଟେମ୍ବର ୨୮ ତାରିଖରେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବାକୁ ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର